ଅକ୍ଟୋବର 11 ତାରିଖ ରୁ ଅକ୍ଟୋବର 17 ତାରିଖ ସାପ୍ତାହିକ ରାଶିଫଳ, ଏହି 3 ରାଶି ଏ ସପ୍ତାହରେ ପାଇବେ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କଲେ ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବା ଫଳରେ ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ କରି ପାରିବେ । ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ । ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଓ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅତି ଉତ୍ତମ ଫଳ ଭୋଗିବେ । ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ । କର୍ମକ୍ଷେତ୍ରରେ ଉଚ୍ଚ ପଦପଦବୀରେ ଅଧିଷ୍ଠିତ ହୋଇ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟ କରୁଥିଲେ କିମ୍ବା ଏହି ସଂସ୍ଥାରେ କାର୍ଯ୍ୟରତ ଥିଲେ ପ୍ରବଳ ଲାଭ ପାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ । କର୍ମଜୀବିମାନେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ ଏବଂ ନୂତନ କର୍ମ ପ୍ରାପ୍ତିର ସୂଚନା ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ, ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଆର୍ଥିକ ଉନ୍ନତି ଫଳରେ ନୂତନ ଦ୍ରବ୍ୟ କ୍ରୟ କରିବେ । ଶାରିରୀକ ଅସୁସ୍ଥତା ଦୂରେଇ ଯାଇ ସ୍ୱାସ୍ଥ୍ୟ ଭଲ ରହିବ ଓ ନୂତନ ବ୍ୟବସାୟ, ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦୀର୍ଘଦିନର ଆଶା ଆକାଂକ୍ଷା ପୂରଣ ହେବ । ସହଯୋଗୀ ମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସାମାନ୍ୟ ଚେଷ୍ଟାରେ ହରାଇଥିବା ଧନ ଫେରି ପାଇବେ । ପୁରାତନ ରୋଗରୁ ମୁକ୍ତି ମିଳିବା ସହ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ଛାତ୍ର ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କର୍ମରତଥିଲେ ଆଶାତୀତ ଫଳପାଇବେ । ସମସ୍ତ ବ୍ୟବସାୟରେ କଠିନ ପରିଶ୍ରମ କରିବା ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । କାର୍ଯ୍ୟକ୍ଷେତ୍ରରେ ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ ଓ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିପାରେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବା ସହ ବ୍ୟବସାୟରେ ଉନ୍ନତି ହେବ । ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ପାରନ୍ତି । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ବନ୍ଧୁ ମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହୋଇପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମ୍ବାଦିକମାନେ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଶତୃମାନେ ପରାଜିତ ହେବା ସହ ମାନସିକ ଅଶାନ୍ତି ଦୂର ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ସହକର୍ମୀ ମାନଙ୍କ ସହିତ ବାଦବିବାଦ ମେଣ୍ଟିଯାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମକରିଲେ ଲାଭବାନ ହେବେ । ପ୍ରେମକ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରଖିଲେ ବିପଦରେ ପଡିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ପାଇବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଶରୀର ସୁସ୍ଥ ରହିବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବା ଫଳରେ ମାନସିକ ଅଶାନ୍ତି ଦୂର ହେବ । ରାଜନୈତିକ କ୍ଷେତ୍ରରେ ଆୟର ଗୁପ୍ତସ୍ରୋତ ଖୋଲିଯିବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ସହ ଗୁରୁ ଗୁରୁଜନଙ୍କ ସାହାଯ୍ୟ ସହଯୋଗ ପାଇବେ । ଘରୋଇ କର୍ମଚାରୀ ମାନେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଉନ୍ନତି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶାରିରୀକ ଅସୁସ୍ଥତା ଦୂରହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ କରିବେ । ସାମାଜିକ ପତିଆରା ଅମଳିନ ରହିବ ଓ ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ ଓ ସହନଶୀଳତା ଯୋଗେ ଯଶ ମିଳିବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଓ ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବାର ସମ୍ଭାବନା ରହିଛି । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ ପତିଆରା ଅମଳିନ ରହିବ ଓ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଆୟ ଉପାର୍ଜନ ବୃଦ୍ଧି ହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ସନ୍ତାନଙ୍କ ମର୍ଜି ରକ୍ଷାକରି ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ବଜାୟ ରଖି ପାରିବେ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ । ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ପାଇବା ପାଇଁ ସହଯୋଗ ମିଳିବ । ସାମାଜିକ ପତିଆରା ଅମଳିନ ରହିବା ସହ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ହାସଲ କରିବାରେ ସହଜ ହେବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!