ନଭେମ୍ବର 15 ରୁ ନଭେମ୍ବର 21 ତାରିଖ ସାପ୍ତାହିକ ରାଶିଫଳ, ଏହି 3 ଟି ରାଶିର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶତୃମାନଙ୍କୁ ମୁକାବିଲା କରିପାରିବେ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବେ । ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ଜ୍ୟୋତିଷ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ଆୟ ପନ୍ଥାର ପରିବର୍ତ୍ତନ ଆସିବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ । ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ । ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ମିଥୁନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସିରେ କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଆର୍ଥିକ ଉନ୍ନତି ଦେଖାଦେବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପୁରାତନ ରୋଗର ଉପଶମ ହେବ । ଆୟ ବ୍ୟୟ ପ୍ରାୟତଃ ସମାନ ରହିବ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ସାମାନ୍ୟ ଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟି ଯିବା ଫଳରେ ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ସେୟାରବଜାର, ପ୍ଲାଷ୍ଟିକ୍, ଚମଡ଼ା, ଠିକାଦାରୀ, ରାସ୍ତାଗୃହ ନିର୍ମାଣ, ମଟରପାର୍ଟସ୍, ପେଟ୍ରୋଲିୟମ୍ପଦାର୍ଥ, କୋରିଅର, କୋଇଲା, କୋଳଥ, ଖାଦ୍ୟଦ୍ରବ୍ୟ, ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ସମ୍ମାନ ଲାଭ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପ୍ରେମୀପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର- ଘିଅ ବା କ୍ରିମରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂଆ ନୂଆ ବ୍ୟବସାୟିକ ସଂପର୍କ ସ୍ଥାପନ କରି ବ୍ୟବସାୟରେ ଉନ୍ନତି ଓ ଲାଭ କରିବେ । ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ । କର୍ମ କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କରି ସମ୍ମାନ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୁରୁ-ଗୁରୁଜନମାନଙ୍କର ଆସ୍ଥାଭାଜନ ହେବେ । କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବା ସହ ପଦୋନ୍ନତି ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ । ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବା ସହ ସାମାଜିକ ସ୍ଥିତି, ପ୍ରସିଦ୍ଧି ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ଶତୃମାନଙ୍କୁ ମୁକାବିଲା କରିପାରିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ । ମିଡିଆ ବା ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ । କାର୍ଯ୍ୟକ୍ଷେତ୍ରରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବା ଫଳରେ ଉତ୍ତମ ରୋଜଗାର କରିପାରିବେ । ବ୍ୟବସାୟରେ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ଦେଖାଦେବ ଓ ଦାମ୍ପତ୍ୟ ଜୀବନରେ ଶାନ୍ତି ପାଇବେ । ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବକେୟା ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ବ୍ୟବସାୟରେ ପ୍ରଚୁର ଲାଭ ହେବ । ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ମାଲିମୋକଦ୍ଦମାରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ସିଧା ଓ ଟାଣୁଆ ଶକ୍ତି ଆର୍ଥିକ ସ୍ଥିତିକୁ ସୁଦୃଢକରି ସ୍ଥିର ହିସାବରେ ଚଳିବାରେ ପ୍ରେରଣା ପ୍ରଦାନ କରିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ଯଥାର୍ଥ କର୍ମଯୋଗୀ କର୍ମ ନିଯୁକ୍ତି ପାଇବେ । ଭୋଗବିଳାସରେ ସମୟ କାଟିବା ପାଇଁ ଆଗ୍ରହୀ ହେବେ । ରାଜନୀତି କ୍ଷେତ୍ରରେ ନିଜର ଆତ୍ମନିରୀକ୍ଷଣ ଓ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ଉଚ୍ଚଶିକ୍ଷା ପାଇଁ ଯୋଜନା ପ୍ରସ୍ତୁତ କରିବେ । କରଜର ମାତ୍ରା ହ୍ରାସ ପାଇବ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବା ସହ ଆୟ ବୃଦ୍ଧି ହେବ । ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦୂରେଇଯାଇ ଶାନ୍ତି ବିରାଜମାନ କରିବ । ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ଭାବମୂର୍ତ୍ତି ଅମଳିନ ରହି ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଧନମାନ ଦିଗରୁ ସୁରକ୍ଷିତ ରହିବା ସହ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ନ୍ୟାୟମାର୍ଗ ଓ ମିଷ୍ଟବଚନ ଦ୍ଵାରା ସମସ୍ତଙ୍କ ମନ କିଣି ପାରିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ନୂତନକର୍ମ ନିଯୁକ୍ତିରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ ଓ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବା ସହ ଶାନ୍ତିର ବାତାବରଣ ଦେଖାଦେଇ ପାରେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭ ସମାଚାର ପାଇ ଖୁସି ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ । ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ । ଶରୀର ସୁସ୍ଥ ରହିବ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ଦିବ୍ୟ ଗୁଣ ଗୁଡିକ ପ୍ରକାଶ ପାଇ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଉତ୍ତମ ରୋଜଗାର ହେବ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ହେତୁ ପ୍ରଶଂସା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!