ଅକ୍ଟୋବର 18 ତାରିଖ ରୁ ଅକ୍ଟୋବର 24 ତାରିଖ ସାପ୍ତାହିକ ରାଶିଫଳ, ଏହି 4 ରାଶି ଏ ସପ୍ତାହରେ ପାଇବେ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକସ୍ଥିତି ଭଲ ରହିବ । କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ । ଆୟ ଉତ୍ତମ, ଶରୀର ସୁସ୍ଥରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ । କ୍ରୀଡ଼ା, କଳା, ସଂସ୍କୃତି, ବାଣିଜ୍ୟବ୍ୟବସାୟ, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ । ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ । ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବ । ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ । ଋଣଭାର କମିଯିବ । ଶତୃମାନେ ପରାଜିତ ହେବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ । ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେଲେ ସାମାଜିକ ସ୍ଥିତି ଓ ମାନସମ୍ମାନ ବୃଦ୍ଧିହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

ମିଥୁନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ । ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହେବ । ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ସିଂହ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ମାନସିକ ସୁସ୍ଥତା ଅନୁଭବ କରିବେ ଓ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ଏବଂ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଶତ୍ରୁ ମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଶାରିରୀକ ଅସୁସ୍ଥତା ଦୂରହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ । ଗୁରୁଜନଙ୍କ ସ୍ନେହ-ସହାନୁଭୁତି ହାସଲ କରିବାରେ ସମର୍ଥ ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ସ୍ଥିତି ସୁଧୁରିଯିବା ଫଳରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତହେବେ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ବିଦ୍ୟାର୍ଥୀ ବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ସେବାୟତ ମାନଙ୍କ ଉପରେ କର୍ତ୍ତୃତ୍ଵ ବିସ୍ତାର କରି କାର୍ଯ୍ୟ ହାସଲ କରିବେ । କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ପାଇ ଯିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ଦୂରେଇ ଯିବ । ସ୍ଥଳ ବିଶେଷେ ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷର କାରଣ ହେବ । ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇବେ । ଧୀର ସ୍ଵଭାବ, ସ୍ଥିରଚିତ୍ତ ଓ ଦୃଢ ବିଚାର ବଳରେ ବିଶେଷ ଉପକୃତ ହେବେ । ମାଲିକ ସପକ୍ଷ ସଂଗଠନର ନେତୃତ୍ଵ ନେଇ କର୍ତ୍ତୁପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଉଚ୍ଚଆଶା ସଫଳ ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ । ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ ଓ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ସଫଳତା ଲାଭ କରିବେ । ବାଦବିବାଦ, କ୍ରିଡା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବେ । ମାଲିମୋକଦ୍ଦମାରେ ସଫଳ ହୋଇ ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବେ । ବିଦେଶ ଯାତ୍ରାରେ ସଫଳ ହେବେ । ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରିବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ । କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବଢିବ । ଆୟରସ୍ରୋତ ବୃଦ୍ଧିହେବ କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଆଶାତୀତ ଲାଭମିଳିବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!