ଅକ୍ଟୋବର 25 ତାରିଖ ରୁ ଅକ୍ଟୋବର 31ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଆୟ ଉପାର୍ଜନରେ ବାଧାନାହିଁ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ରାଜନୀତିରେ ନାନା ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ଫାଇଦା ଉଠାଇବେ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବା ସହ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ ଓ ଉପରିସ୍ଥଙ୍କ କୃପାଭାଜନ ହେବେ । ଛାତ୍ର ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆଶାତୀତ ଲାଭ ପାଇବେ ଓ ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ରାଜନୀତିରେ ଲୋକ ସମ୍ପର୍କରେ ଉନ୍ନତି ହେବ । ମାଲିମୋକଦ୍ଦମାରେ ସମସ୍ୟା ସମାଧାନର ବାଟ ଖୋଲିଯିବ । ଲୋକ ସମ୍ପର୍କ ବୃଦ୍ଧି ସହ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ମାନ-ସମ୍ମାନ ବୃଦ୍ଧି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

ମିଥୁନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ସାମାଜିକ ପତିଆରା ଅମଳିନ ରହିବ ଓ ଆୟ ଉପାର୍ଜନ ବୃଦ୍ଧି ହେବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ଦେଖାଦେବ ଓ ଦାମ୍ପତ୍ୟ ଜୀବନରେ ଶାନ୍ତି ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ ଓ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ସଫଳତା ଲାଭ କରିବେ । ବାଦବିବାଦ, କ୍ରିଡା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବେ । ମାଲିମୋକଦ୍ଦମାରେ ସଫଳ ହୋଇ ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବେ । ବିଦେଶ ଯାତ୍ରାରେ ସଫଳ ହେବେ । ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦୂରଯାତ୍ରା କରି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ବ୍ୟବସାୟରେ ଉନ୍ନତି ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ସେୟାରବଜାର, ଜୁଆ, ଲଟେରୀ, ପ୍ଲାଷ୍ଟିକ୍, ଚମଡ଼ା, ଠିକାଦାରୀ, ରାସ୍ତାଗୃହ ନିର୍ମାଣ, ମଟରପାର୍ଟସ୍, ପେଟ୍ରୋଲିୟମ୍ପଦାର୍ଥ, କୋରିଅର, କୋଇଲା, କୋଳଥ, ଖାଦ୍ୟଦ୍ରବ୍ୟ, ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭୌତିକ ଓ ଆଧ୍ୟାତ୍ମିକ ମାମଲାରେବ୍ୟସ୍ତ ରହିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅବହେଳିତ ଲୋକଙ୍କସହ ମିଳାମିଶା କରି କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ସେୟାର ବଜାରରେ ମୁନାଫା ମିଳିବ । ପୁରୁଣା ନିବେଶ ଲାଭ ଦେବ । ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ବିନାପରିଶ୍ରମରେ ଧନପ୍ରାପ୍ତି ହେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ । ଧର୍ମକାର୍ଯ୍ୟରେ ମତି ରହିବ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ସାମାଜିକସ୍ଥିତି, ମାନସମ୍ମାନ ପ୍ରସିଦ୍ଧି ବୃଦ୍ଧି ପାଇବ । ଜାଗା, ଜମି ଓ ଅନ୍ୟ ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତହେବ । ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭ ପାଇବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ ଓ ଦୂରଯାତ୍ରା କରି ସଫଳତା ପାଇବେ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଉନ୍ନତି ହେବା ସହ ଲାଭବାନ ହେବେ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କରି ଯଶ, ମାନ ବୃଦ୍ଧି ହେବ । ମାନସିକ ଦୁଶ୍ଚିନ୍ତା, ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମା ଥିଲେ ସହଜରେ ସମାଧାନ କରିପାରିବେ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ବ୍ୟବସାୟରେ ଭଲ ଲାଭ ହେବ । ସରକାରୀ କର୍ମଚାରୀଙ୍କ ପାଇଁ ଭଲ ସମୟ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକ, ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ । ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । କଳା, ସାହିତ୍ୟ ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!