ଅଗଷ୍ଟ 30 ତାରିଖ ରୁ ସେପ୍ଟେମ୍ବର 05 ତାରିଖ ସାପ୍ତାହିକ ରାଶିଫଳ, ଏହି 5 ରାଶି ଏ ସପ୍ତାହରେ ପାଇବେ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭବାନ୍ ହେବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ବ୍ୟବସାୟୀ ମାନଙ୍କର କାରବାର ବଢିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବା ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । କର୍ମକ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ । କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଶାରିରୀକ ସୁସ୍ଥତା ଦେଖା ଦେବ । ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ଦେଖାଦେବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହୋଇ ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ । ସନ୍ତାନଙ୍କର ଶିକ୍ଷାରେ ଦେଖାଦେଉଥିବା ପ୍ରତିବନ୍ଧକ ଦୂର ହେବ । ସରକାରୀ କର୍ମଚାରୀମାନେ କଠିନ ପରିଶ୍ରମ କରି କାର୍ଯ୍ୟ କଲେ ତଳ ମହଲରୁ ଆଶାତୀତ ଲାଭ ପାଇବା ସହ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବା ସହ ପରିଶ୍ରମ, ମେହନତର ପରିଣାମ ମିଳିବ ଓ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ରାଜନୀତି କ୍ଷେତ୍ରରେଏକାଧିକ କାମରେ ହାତ ଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଲାଭ କରିବେ । ଶିକ୍ଷା କ୍ଷେତ୍ରରେ ଆଶା ମୁତାବକ ଫଳ ପାଇ ସଫଳତା ଅର୍ଜନ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ନିରାଶା ଭାବ ଦୂର ହୋଇ ସ୍ଥିତି ସାମାନ୍ୟ ବଦଳିଯିବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶିକ୍ଷା କ୍ଷେତ୍ରରେ ନିଜ ଇଛାଶକ୍ତି ପ୍ରୟୋଗ ମାଧ୍ୟମରେ ଅହଂକାରକୁ ହ୍ରାସ କରି ପାରିଲେ ସମସ୍ତ ପରୀକ୍ଷାରେ ସଫଳତା ଲାଭ କରିବେ । ରାଜନୈତିକ କ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପ୍ରଭାବ ଓ ପ୍ରାଧାନ୍ୟ ବୃଦ୍ଧି ପାଇବ । ବିଶେଷକରି ଇଞ୍ଜିନିୟରିଂ କ୍ଷେତ୍ରରେ ଜଡିତ ଥିବା ବ୍ୟକ୍ତିମାନେ ଚାକିରୀରେ ପଦୋନ୍ନତି ପାଇବେ । ଦାମ୍ପତ୍ୟ ଜୀବନରେ ଘନିଷ୍ଠତା ବୃଦ୍ଧି ପାଇବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ

ସିଂହ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପରିବାରର ସଦସ୍ୟଙ୍କ ସହିତ ହାସ ପରିହାସ ଓ ମନୋରଞ୍ଜନର ଆନନ୍ଦ ଉପଭୋଗ କରି ପାରିବେ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ମାନସମ୍ମାନ ଲାଭ କରିବା ସହ ଦକ୍ଷତା ଯୋଗ୍ୟତା ଓ ପାରଦର୍ଶିତାର ଉପଯୋଗ କରି ଫାଇଦା ଉଠେଇ ପାରିବେ । ବ୍ୟବସାୟ କ୍ଷେତ୍ରକୁ ସୁସଜିତ କରିବା ଫଳରେ ଲାଭର ମାର୍ଗ ପ୍ରଶସ୍ଥ ହେବା ସହ ପ୍ରବଳ ମାତ୍ରାରେ ଆର୍ଥିକ ଉନ୍ନତି ଦେଖାଦେବ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଶିକ୍ଷା କ୍ଷେତ୍ରରେ ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଜଡିତ ଥିବା ଲୋକମାନଙ୍କ ପାଇଁ ସମୟ ବହୁତ ଭଲ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ସରକାରୀ କର୍ମଚାରୀ ମାନେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି କର୍ମ କ୍ଷେତ୍ରରେ ମାନସମ୍ମାନ ପାଇବେ । ଆର୍ଥିକ ଉନ୍ନତି ଫଳରେ ଋଣରୁ ମୁକ୍ତି ମିଳିବ । ଚେଷ୍ଟାକଲେ ମାଲିମୋକଦ୍ଦମାର ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନଲାଭ ହେବାରୁ ମନ ଖୁସି ରହିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ ଓ ନାନାବିଧ ସୁଯୋଗ ପାଇବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଉଚିତ୍ ପନ୍ଥା ଗ୍ରହଣ କଲେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସ୍ୱାସ୍ଥ୍ୟରେ ସୁଧାର ଆସିବା ସହ ନୂଆ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ନିଜର ପ୍ରଭାବ, ପରାକ୍ରମ ବୃଦ୍ଧି ପାଇବା ସହ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟକୁ ବଢେଇବା ସହଜ ହେବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ପରିବାରର ସଦସ୍ୟଙ୍କ ମନରେ ଆପଣଙ୍କ ପ୍ରତି ଭୁଲ୍ ବୁଝାମଣା ହୋଇ ପାରେ । ଅପରିଚିତ ଲୋକମାନଙ୍କୁ ଅଧିକ ବିଶ୍ଵାସ କରନ୍ତୁ ନାହିଁ । ସ୍ୱାସ୍ଥ୍ୟ ସାମାନ୍ୟ ଦୁର୍ବଳ ରହିବ । ଗ୍ୟାଷ୍ଟିକ ସମସ୍ୟା ଦେଖାଦେଇ ପାରେ । କିନ୍ତୁ ଅଯଥା ଖର୍ଚ୍ଚ ପ୍ରତି ସାବଧାନ ରୁହନ୍ତୁ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ

ବିଚ୍ଛା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଶରୀର କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟୀକ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ମାତ୍ରାରେ ଲାଭହେବ । କିନ୍ତୁ ଯଦି ବ୍ୟବସାୟ ବଢେଇବା ପାଇଁ କୌଣସି ଋଣ କରିବାକୁ ଇଛା କରୁଛନ୍ତି ତେବେ ଏଥିରେ କିଛି ବାଧା ବିଘ୍ନର ସମ୍ମୁଖୀନ ହେବାକୁ ପଡିପାରେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ହସ ଖୁସିରେ ସମୟ ବିତିବ । ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବା ଫଳରେ ସାଧାରଣ ସମସ୍ୟା ସୁଧାରୀ ନେଇ ହସ ଖୁସିରେ ଚଳିବେ । କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଯୁବତୀମାନେ ଯୋଗ୍ୟତା ଓ ଦକ୍ଷତାକୁ ନେଇ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ଟଙ୍କାର ଆବଶ୍ୟକତା ପୂରଣ ହୋଇ ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନବା ଫଳରେ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ । କାର୍ଯ୍ୟ କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରି ପାରନ୍ତି । ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ କାର୍ଯ୍ୟରେ ସଫଳତା ମିଳିବା ସହ ମାନସମ୍ମାନ ବୃଦ୍ଧି ହେବ । ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଦେଖା ଦେବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଛାତ୍ର ଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ ଓ ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ରାଜନୀତି କ୍ଷେତ୍ରରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତା ମାନଙ୍କର କର୍ମଉପରେ ନଜର ପଡ଼ିପାରେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!