Weekly Makar ଦୈନିକ ରାଶିଫଳ ସାପ୍ତାହିକ ରାଶିଫଳ ମାସିକ ରାଶିଫଳ ବାର୍ଷିକ ରାଶିଫଳ ମେଷ ବୃଷ ମିଥୁନ କର୍କଟ ସିଂହ କନ୍ୟା ତୁଳା ବିଛା ଧନୁ ମକର କୁମ୍ଭ ମୀନ Capricorn Weekly Success & Predictions: 3–9 Aug 2026☀️ ମକର ରାଶିର ସାପ୍ତାହିକ ରାଶିଫଳ ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ। କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସୁସ୍ଥପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରି ସୁଖ ଶାନ୍ତିରେ ଦିନ କଟାଇବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।