Weekly Singha ଦୈନିକ ରାଶିଫଳ ସାପ୍ତାହିକ ରାଶିଫଳ ମାସିକ ରାଶିଫଳ ବାର୍ଷିକ ରାଶିଫଳ ମେଷ ବୃଷ ମିଥୁନ କର୍କଟ ସିଂହ କନ୍ୟା ତୁଳା ବିଛା ଧନୁ ମକର କୁମ୍ଭ ମୀନ Leo Weekly Success & Predictions: 27 Jul – 2 Aug 2026☀️ ସିଂହ ରାଶିର ସାପ୍ତାହିକ ରାଶିଫଳ ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକା ମାନଙ୍କର ମାନସିକ ଦୁଶ୍ଚିନ୍ତା ଦୂର ହୋଇ ପ୍ରେମ କ୍ଷେତ୍ରରେ ଶାନ୍ତି ମିଳିବ। ଶିଳ୍ପବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଅଧôକାରୀ କାମରେ ପ୍ରସନ୍ନ ରହି କାର୍ଯ୍ୟର ପ୍ରଗତିପାଇଁ ସମସ୍ତପ୍ରକାର ପ୍ରୟାସ କରିବେ। ଦୂରଯାତ୍ରାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନପ୍ରାପ୍ତି ହେବ। ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ। ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।