Yearly Bichha Rashiphala

Mesha barsika rasifala ମେଷyearly odia rasiphala for brusha ବୃଷMithuna odia rasifala 2018 ମିଥୁନKarkata oriya barshika rashiphala କର୍କଟ
Singha barsika horoscope ସିଂହKanya rashi phal for 2018 କନ୍ୟାLibra odia horoscope Tula ତୁଳାBichha this year rasifala ବିଛା
Dhanu rasi astrology 2018 ଧନୁBarsika Makara oriya horoscope ମକରOdia Kumbha yearly rasifala କୁମ୍ଭOdia Mina 2018 rasifala ମୀନ

Yearly Horoscope Bichha

ବିଛା ରାଶି

ବର୍ଷ ଆରମ୍ଭରୁ ଧନୁରାଶିରେ ରବି, ଶୁକ୍ର, ବିଛାରେ ଚନ୍ଦ୍ର, ମଙ୍ଗଳ ଓ କେତୁ, ମକରରେ ଶନି, ବୁଧ, କୁମ୍ଭରେ ଗୁରୁ, ବୃଷରେ ରାହୁ ଅବସ୍ଥାନ କରିଛନ୍ତି ।


 

ବାର୍ଷିକ ରାଶିଫଳ ବିଛା ୨୦୨୨

ବାର୍ଷିକ ଶୁଭାଶୁଭ ଫଳ: 

୨୦୨୨ ମସିହା ଇଂରାଜୀ ନବବର୍ଷ କେମିତି କଟିବ ବିଛାରାଶିର ଆବାଳବୃଦ୍ଧ ବନିତା ମାନଙ୍କ ପାଇଁ, କଣରହିଛି ଗ୍ରହମାନଙ୍କର ଫଳାଫଳ, କେମିତି କରିବେ ଅଶୁଭ ଗ୍ରହ ମାନଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା – ନୂଆ ବର୍ଷ ଅର୍ଥାତ୍ ଜୀବନର ନୂଆ ନୂଆ ଯୋଜନା ଓ ସ୍ଵପ୍ନ । ଏହି ନୂଆ ବର୍ଷ ସହିତ ଏକ ଆଶାର ଡୋରୀ ବାନ୍ଧି ହୋଇଥାଏ । ଏହି ଆଶାରୁ ହିଁ ଜିଜ୍ଞାସା ସୃଷ୍ଟି ହୁଏ । ଏହି ନୂଆ ଯୋଜନା ଓ ସ୍ଵପ୍ନକୁ ନେଇ ଅନେକ ପ୍ରକାର ପ୍ରଶ୍ନ ମନରେ ସୃଷ୍ଟି ହୁଏ । ଯେପରିକି କ୍ୟାରିୟର କିପରି ହେବ ? ଶିକ୍ଷା କ୍ଷେତ୍ରରେ କିପରି ହେବ ?

ସ୍ୱାସ୍ଥ୍ୟ କିପରି ରହିବ ? ପାରିବାରିକ ଓ ବୈବାହିକ ଜୀବନ କିପରି ରହିବ ? ଏହିପରି ଅନେକ ପ୍ରଶ୍ନ ମନରେ ଆସିଥାଏ । ସମୟ ସବୁବେଳେ ସମାନ ନଥାଏ, କିନ୍ତୁ ସମୟ ପୂର୍ବରୁ ଘଟଣା ଗୁଡିକ ବିଷୟରେ ଜାଣି ପ୍ରତ୍ୟେକ ସମସ୍ୟାକୁ ସାମ୍ନା କରିବାକୁ ସାହସ ଓ ଧର୍ଯ୍ୟ ଏକଜୁଟ କରି ଲଢିବାର କ୍ଷମତାକୁ ବିକସିତ କରିବା ଆବଶ୍ୟକ । ତେବେ ଆସନ୍ତୁ ଏବେ ଜାଣିବା ୨୦୨୨ ମସିହାରେ ବିଛାରାଶିର ରାଶିଫଳ ଅନୁସାରେ ଜୀବନର ଶୁଭ ଅଶୁଭ ଫଳାଫଳ ବିଷୟରେ ।

ବର୍ଷ ଆରମ୍ଭରୁ ଧନୁରାଶିରେ ରବି, ଶୁକ୍ର, ବିଛାରେ ଚନ୍ଦ୍ର, ମଙ୍ଗଳ ଓ କେତୁ, ମକରରେ ଶନି, ବୁଧ, କୁମ୍ଭରେ ଗୁରୁ, ବୃଷରେ ରାହୁ ଥିବା ସମୟରେ ବର୍ଷଚକ୍ର ଆରମ୍ଭ ହେଉଛି । ଗୁରୁ ୨୦୨୨ମସିହା ଏପ୍ରିଲମାସ ୧୩ତାରିଖରେ ମୀନ ରାଶିକୁ ଗମନ କରି ବର୍ଷଶେଷ ପର୍ଯ୍ୟନ୍ତ ରହିବେ । ୨୦୨୨ ମସିହା ଅପ୍ରେଲ ୨୯ତାରିଖରେ ଶନି କୁମ୍ଭରାଶିକୁ ଗୋଚର ହେବେ ଓ ଜୁଲାଇ ୧୨ତାରିଖରେ ମକର ରାଶିକୁ ବକ୍ରହୋଇ ବର୍ଷଶେଷ ପର୍ଯ୍ୟନ୍ତ ରହିବେ । ରାହୁ ମାର୍ଚ୍ଚ ୧୭ ତାରିଖରେ ମେଷ ରାଶିକୁ ଓ କେତୁ ତୁଳାରାଶିକୁ ବକ୍ର ସଂଚାର ହୋଇ ବର୍ଷଶେଷ ପର୍ଯ୍ୟନ୍ତ ଅବସ୍ଥାନ କରିବେ ।

ବିଛା- ବିଛା ରାଶିର ଜାତକଙ୍କ ପାଇଁ ୨୦୨୨ ମସିହାରେ ତୃତୀୟ ଭାବରେ ବା ବିକ୍ରମ ଭାବରେ ଗ୍ରହରାଜ ଶନିଶ୍ଚର ବିରାଜମାନ ହେଉ ଥିବାରୁ ଅନେକ କ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ମିଳିବ । ଶାରୀରିକ ସମସ୍ୟାରୁ ମୁକ୍ତି ପାଇବା ସହ ମାନସିକ ଶାନ୍ତି ମିଳିବ । ଜୀବନରେ କିଛି ସକାରତ୍ମକ ଭାବନା ସୃଷ୍ଟି ହେବ । କ୍ୟାରିୟରରେ ଉତ୍ତମଫଳ ପ୍ରାପ୍ତି ହେବ । ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା କ୍ଷେତ୍ରରେ ଶୁଭ ପରିଣାମ ମିଳିବ । ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇବେ । ବିଦେଶ ଯାତ୍ରା କରିବାକୁ ଚାହୁଁଥିଲେ ଯାତ୍ରା କରି ପାରିବେ ।

କିନ୍ତୁ ଅଧିକ ପରିଶ୍ରମ କରିବାକୁ ପଡିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଆର୍ଥିକ ସ୍ଥିତିକୁ ସୁଧାର ଆଣିବା ପାଇଁ ବାରମ୍ବାର ଚେଷ୍ଟା କରିବେ । ଯେଉଁ କାରଣରୁ ନିଜର ଖର୍ଚ୍ଚ ପ୍ରତି ବିଶେଷ ସାବଧାନ ରହିବା ଆବଶ୍ୟକ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବା ସହ ପ୍ରେମ ସମ୍ପର୍କ ମଜବୁତ ହେବ । ଦାମ୍ପତ୍ୟ ଜୀବନରେ ସୁଖଶାନ୍ତି ଭରପୁର ରହିବ ଯାହାକି ପରିଣାମ ସ୍ଵରୂପ ଜୀବନ ସାଥିଙ୍କ ସହିତ ଭଲରେ ସମୟ ବିତାଇବେ । ପରିବାରର ଗୁରୁଜନଙ୍କ ସହଯୋଗ ପ୍ରାପ୍ତ ହେବେ ଓ ପରିବାରର ସଦସ୍ୟଙ୍କୁ ଏକତ୍ରିତ କରିବାରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଅଧିକ ଧନ ଅର୍ଜନ କରିବାର ରାସ୍ତାଖୋଲି ଯିବ ।

ଖାଦ୍ୟପେୟ ଓ ଜୀବନଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ଅପ୍ରେଲ ମାସ ପରେ ଗୁରୁଗ୍ରହ ସନ୍ତାନ ଭାବରେ ବିରାଜମାନ କରି ଅସୀମ କୃପା ପ୍ରଦାନ କରିବେ ଯାହାଫଳରେ ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସନ୍ତାନ ମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ସହ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବେ । ସୁଯୋଗ ହାତ ପାହାନ୍ତାରେ ପାଇ ଶତୃମାନଙ୍କୁ ମୁକାବିଲା କରି ପାରିବେ ।

ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଶା ମୁତବକ ଫଳ ପ୍ରାପ୍ତି ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାର କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ । ସାମାଜିକ କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ସାମାଜିକ କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ ।

କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ ।

ଅପ୍ରେଲ ମାସ ପରେ ଗ୍ରହରାଜ ଶନିଶ୍ଚର ସୁଖ ଭାବରେ ବିରାଜମାନ ହେଉ ଥିବାରୁ ଉଦର ରୋଗ, ବାୟୁବିକାର, ଚର୍ମରୋଗ, ସ୍ନାୟୁ ଦୁର୍ବଳତା ଆଦି ରୋଗମାନ ଦେଖା ଦେଇ ପାରେ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ । ସ୍ଥାନ ପରିବର୍ତ୍ତନ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ପରିବାର ଓ ଆର୍ଥିକ କ୍ଷେତ୍ରରେ କିଛି ସମସ୍ୟା ଦେଖା ଦେଇପାରେ । ପ୍ରତିକାର- ୧-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ଓ ପ୍ରତ୍ୟେକ ଦିନ କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ । ୨- ପ୍ରତ୍ୟେକ ଦିନ ବୁଲା କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ଓ ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ । ୩- ସବୁବେଳେ ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ଓ ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।