Yearly Dhanu Rashiphala

Mesha barsika rasifala ମେଷyearly odia rasiphala for brusha ବୃଷMithuna odia rasifala 2018 ମିଥୁନKarkata oriya barshika rashiphala କର୍କଟ
Singha barsika horoscope ସିଂହKanya rashi phal for 2018 କନ୍ୟାLibra odia horoscope Tula ତୁଳାBichha this year rasifala ବିଛା
Dhanu rasi astrology 2018 ଧନୁBarsika Makara oriya horoscope ମକରOdia Kumbha yearly rasifala କୁମ୍ଭOdia Mina 2018 rasifala ମୀନ

Yearly Horoscope Dhanu

ଧନୁ ରାଶି

ବର୍ଷ ଆରମ୍ଭରୁ ଧନୁରାଶିରେ ରବି, ଶୁକ୍ର, ବିଛାରେ ଚନ୍ଦ୍ର, ମଙ୍ଗଳ ଓ କେତୁ, ମକରରେ ଶନି, ବୁଧ, କୁମ୍ଭରେ ଗୁରୁ, ବୃଷରେ ରାହୁ ଅବସ୍ଥାନ କରିଛନ୍ତି ।


 

ବାର୍ଷିକ ରାଶିଫଳ ଧନୁ ୨୦୨୨

ବାର୍ଷିକ ଶୁଭାଶୁଭ ଫଳ: 

୨୦୨୨ ମସିହା ଇଂରାଜୀ ନବବର୍ଷ କେମିତି କଟିବ ଧନୁରାଶିର ଆବାଳବୃଦ୍ଧ ବନିତା ମାନଙ୍କ ପାଇଁ, କଣରହିଛି ଗ୍ରହମାନଙ୍କର ଫଳାଫଳ, କେମିତି କରିବେ ଅଶୁଭ ଗ୍ରହ ମାନଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା – ନୂଆ ବର୍ଷ ଅର୍ଥାତ୍ ଜୀବନର ନୂଆ ନୂଆ ଯୋଜନା ଓ ସ୍ଵପ୍ନ । ଏହି ନୂଆ ବର୍ଷ ସହିତ ଏକ ଆଶାର ଡୋରୀ ବାନ୍ଧି ହୋଇଥାଏ । ଏହି ଆଶାରୁ ହିଁ ଜିଜ୍ଞାସା ସୃଷ୍ଟି ହୁଏ । ଏହି ନୂଆ ଯୋଜନା ଓ ସ୍ଵପ୍ନକୁ ନେଇ ଅନେକ ପ୍ରକାର ପ୍ରଶ୍ନ ମନରେ ସୃଷ୍ଟି ହୁଏ । ଯେପରିକି କ୍ୟାରିୟର କିପରି ହେବ ? ଶିକ୍ଷା କ୍ଷେତ୍ରରେ କିପରି ହେବ ?

ସ୍ୱାସ୍ଥ୍ୟ କିପରି ରହିବ ? ପାରିବାରିକ ଓ ବୈବାହିକ ଜୀବନ କିପରି ରହିବ ? ଏହିପରି ଅନେକ ପ୍ରଶ୍ନ ମନରେ ଆସିଥାଏ । ସମୟ ସବୁବେଳେ ସମାନ ନଥାଏ, କିନ୍ତୁ ସମୟ ପୂର୍ବରୁ ଘଟଣା ଗୁଡିକ ବିଷୟରେ ଜାଣି ପ୍ରତ୍ୟେକ ସମସ୍ୟାକୁ ସାମ୍ନା କରିବାକୁ ସାହସ ଓ ଧର୍ଯ୍ୟ ଏକଜୁଟ କରି ଲଢିବାର କ୍ଷମତାକୁ ବିକସିତ କରିବା ଆବଶ୍ୟକ । ତେବେ ଆସନ୍ତୁ ଏବେ ଜାଣିବା ୨୦୨୨ ମସିହାରେ ଧନୁରାଶିର ରାଶିଫଳ ଅନୁସାରେ ଜୀବନର ଶୁଭ ଅଶୁଭ ଫଳାଫଳ ବିଷୟରେ ।

ବର୍ଷ ଆରମ୍ଭରୁ ଧନୁରାଶିରେ ରବି, ଶୁକ୍ର, ବିଛାରେ ଚନ୍ଦ୍ର, ମଙ୍ଗଳ ଓ କେତୁ, ମକରରେ ଶନି, ବୁଧ, କୁମ୍ଭରେ ଗୁରୁ, ବୃଷରେ ରାହୁ ଥିବା ସମୟରେ ବର୍ଷଚକ୍ର ଆରମ୍ଭ ହେଉଛି । ଗୁରୁ ୨୦୨୨ମସିହା ଏପ୍ରିଲମାସ ୧୩ତାରିଖରେ ମୀନ ରାଶିକୁ ଗମନ କରି ବର୍ଷଶେଷ ପର୍ଯ୍ୟନ୍ତ ରହିବେ । ୨୦୨୨ ମସିହା ଅପ୍ରେଲ ୨୯ତାରିଖରେ ଶନି କୁମ୍ଭରାଶିକୁ ଗୋଚର ହେବେ ଓ ଜୁଲାଇ ୧୨ତାରିଖରେ ମକର ରାଶିକୁ ବକ୍ରହୋଇ ବର୍ଷଶେଷ ପର୍ଯ୍ୟନ୍ତ ରହିବେ । ରାହୁ ମାର୍ଚ୍ଚ ୧୭ ତାରିଖରେ ମେଷ ରାଶିକୁ ଓ କେତୁ ତୁଳାରାଶିକୁ ବକ୍ର ସଂଚାର ହୋଇ ବର୍ଷଶେଷ ପର୍ଯ୍ୟନ୍ତ ଅବସ୍ଥାନ କରିବେ ।

ଧନୁ- ଧନୁ ରାଶିର ଜାତକଙ୍କ ପାଇଁ ୨୦୨୨ ମସିହାରେ ଶୁଭାଶୁଭ ମିଶ୍ରିତ ଫଳ ପ୍ରାପ୍ତି ହେବ । ଧନୁରାଶିର ଜାତକ ସ୍ଵଭାବରେ ଧୀରଭାବ ହୋଇଥାନ୍ତି । ଜୀବନରେ ସବୁ ପରାଜୟକୁ ସହଜରେ ସ୍ଵୀକାର କରିପାରନ୍ତି ନାହିଁ । କିନ୍ତୁ ଧନୁ ରାଶିର ଜାତକ ବନ୍ଧୁ ସମ୍ପର୍କ ବଜାୟ ରଖିବାରେ ଅତ୍ୟନ୍ତ ବିଶ୍ଵସ୍ଥ ଅଟନ୍ତି । ଅପ୍ରେଲ ମାସ ପରେ ଗ୍ରହରାଜ ଶନିଶ୍ଚର ବିକ୍ରମ ଭାବରେ ବିରାଜମାନ ହେଉ ଥିବାରୁ ଅଧିକ ପରିମାଣରେ ଧନ ଉପାର୍ଜନ କରିପାରିବେ । ଆର୍ଥିକ ପରିସ୍ଥିତି ବହୁତ ଭଲ ରହିବ । କାରଣ ଏହି ସମୟରେ ଅଲଗା ଅଲଗା ମାଧ୍ୟମରେ ଧନ ଲାଭ କରିବାରେ ସକ୍ଷମ ହେବେ । କିନ୍ତୁ ଆପଣଙ୍କୁ ନିଜର ଖର୍ଚ୍ଚ ପ୍ରତି ସଜାଗ ରହିବା ଆବଶ୍ୟକ । ମାନସିକ ଚିନ୍ତାରୁ ମୁକ୍ତି ପାଇବେ । ବିଦ୍ୟର୍ଥୀ ମାନଙ୍କ ସମୟ ବହୁତ ଭଲ ରହିଲେ ବି ବିଦ୍ୟାର୍ଥୀମାନେ ପାଠ ପଢାରେ ବିଶେଷ ଧ୍ୟାନ ଦେବାକୁ ହେବ ।

ତେବେଯାଇ ପରୀକ୍ଷାରେ ଭଲ ପରିଣାମ ପାଇପାରିବେ । ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ । ଯେଉଁ କାର୍ଯ୍ୟ କରିବାକୁ ଚେଷ୍ଟା କରିନଥିବେ ସେହି କାର୍ଯ୍ୟ ସହଜ ସରଳରେ ହୋଇଯିବ । କାର୍ଯ୍ୟ କ୍ଷେତ୍ରରେ ଅନୁକୂଳ ପରିସ୍ଥିତି ରହିବ । ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ । ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ବ୍ୟବସାୟରେ ଉତ୍ଥାନ ପତ୍ତନର ସମ୍ମୁଖୀନ ହେଲେ ମଧ୍ୟ ନିଜ ପରିଶ୍ରମରେ ସଫଳତା ପାଇବେ । ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ ।

ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବା ଫଳରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ନୈତିକତା ଦୃଷ୍ଟିରୁ ଶ୍ରେଷ୍ଠସ୍ଥାନ ଲାଭ କରିବା ସହ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ । ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ପରିବାରରେ ଲାଗିରହିଥିବା ସମସ୍ୟାରୁ ମୁକ୍ତି ମିଳିବ । ଭୁଲ ବୁଝାମଣାର ସମାଧାନ ହୋଇ ବୈବାହିକ ଜୀବନରେ ସୁଖ ଶାନ୍ତି ଦେଖା ଦବ । ପରିବାରରେ ମଧ୍ୟ ସୁଖ ଶାନ୍ତି ବଜାୟ ରହିବ । ନିଜର ବାଣୀ ବା କଥାବାର୍ତ୍ତା ଉପରେ ଧ୍ୟାନ ରଖନ୍ତୁ । ଜୀବନସାଥୀଙ୍କ ସହିତ କଥାବାର୍ତ୍ତା କରିବା ବେଳେ ନିଜର ଶବ୍ଦ ପ୍ରତି ସାବଧାନ ରହିବା ଆବଶ୍ୟକ । ଅନ୍ୟଥା ଜୀବନସାଥୀ କ୍ରୋଧିତ ହେବେ ।

ମଙ୍ଗଳ ଗ୍ରହଙ୍କ ଶୁଭ ପ୍ରଭାବ ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ପାଇବାରେ ସାହାଯ୍ୟ କରିବ । ଯାହାକି ଶାନ୍ତିପୂର୍ଣ୍ଣ ବାତାବରଣ ଯୋଗେ ଆନନ୍ଦ ପାଇବେ । କିନ୍ତୁ ଜୀବନ ସାଥିଙ୍କ ସ୍ୱାସ୍ଥ୍ୟ ଖାରାପ ହେତୁ ପ୍ରାୟ ସମୟ ଆପଣ ଚିନ୍ତିତ ରହିବେ । ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ହେତୁ ଚିନ୍ତାର ମୁଖ୍ୟ କାରଣ ହେବ । ସ୍ୱାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ରଖିବା ଉଚିତ୍ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ । ପ୍ରେମିକ ପ୍ରେମିକା ମାନଙ୍କ ସମ୍ପର୍କରେ ପରିବର୍ତ୍ତନ ହୋଇପାରେ । ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା ମିତ୍ରଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

କୃରଗ୍ରହଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିପାରେ । ଯାହା ଫଳରେ କର୍ମ କ୍ଷେତ୍ରରେ ଉନ୍ନତି ଓ ପ୍ରଗତି ମିଳିପାରିବ । ସରକାରୀ କର୍ମଚାରୀ ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି । ସତର୍କରେ ନ ଚାଲିଲେ ଓ ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି । ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ପ୍ରତିକାର- ୧- ପ୍ରତ୍ୟେକ ଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ଓ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ । ୨- ପ୍ରତ୍ୟେକ ଗୁରୁବାର ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ଓ ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ । ୩- ପ୍ରତ୍ୟେକ ମଙ୍ଗଳବାର ଦିନ ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗ କରି ପିଲାଙ୍କୁ ବାଣ୍ଟନ୍ତୁ ।