- 8Shares
This is the ultimate page for Yearly Odia Rasifala for 2020. We have updated this Oriya Barsika Bhagyaphala for all rasis in this year. This is a very useful page for all those looking for 2020 Odia yearly rasifala. So, start finding horoscope for this year below.
Mesha – Yearly Odia Rasifala
ମେଷ ରାଶି
ବର୍ଷାରମ୍ଭରେ ନବମରେ ରବି, ବୃହସ୍ପତି, ଶନି, କେତୁ ଓ ବୁଧ ଅବସ୍ଥାନ କରିଛନ୍ତି ।
ବାର୍ଷିକ ରାଶିଫଳ ମେଷ ୨୦୨୦
ବାର୍ଷିକ ଶୁଭାଶୁଭ ଫଳ:-
ଏହି ବର୍ଷଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। ବର୍ଷାରମ୍ଭରେ ନବମରେ ରବି, ବୃହସ୍ପତି, ଶନି, କେତୁ ଓ ବୁଧ ଥିବାରୁ ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ। ପ୍ରତିଯୋଗିତାରେ ପ୍ରଶାସନସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ। ବ୍ୟବସାୟକ୍ଷେତ୍ରରେ ଆଶାତୀତ ଫଳପାଇବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଯଶ-ମାନ-ପ୍ରତିଷ୍ଠା ବୃଦ୍ଧିପାଇବ।
ସନ୍ତାନ ଓ ଜୀବନସାଥୀଙ୍କ ସହଯୋଗ ପାଇ ଗୃହସ୍ଥଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିିଶେଷ ଉନ୍ନତିହେବ। ଏହି ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ। ସର୍ବଦା ଧଳାବସ୍ତ୍ର ପରିଧାନକଲେ ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ।
ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ରାଜନୀତିକ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିଯୋଗିତା କ୍ଷେତ୍ରରେ ଜୟଯୁକ୍ତ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି, ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ ଓ ଗୃହ ଆଦି ଲାଭ ହେବାର ଯୋଗ ଅଛି।
ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଉନ୍ନତିହେବା ସହ ଲାଭବାନ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି।
ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କରି ଯଶ, ମାନ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତା, ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମା ଥିଲେ ସହଜରେ ସମାଧାନ କରିପାରିବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭହେବ ।
ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସୁଖ ଶାନ୍ତିରେ ଦିନ କାଟିବେ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ ରେ ମଜ୍ଜି ରହିବେ।ପ୍ରତିକାର-ବାଡ଼ିଅଁଳାମୂଳ କଳାସୂତାରେ ଗୁଡେଇ ଶନିବାର ଦିନ ପୁରୁଷମାନେ ଦକ୍ଷିଣ ବାହୁରେ ଓ ମହିଳାମାନେ ବାମବାହୁରେ ଧାରଣ କରନ୍ତୁ ।
Hope you are happy with the yearly horoscope prediction for your rasi. This is best place for most accurate Odia Barsika Rasifala in Odisha. So, after knowing your Odia rashifala for 2020, share with firends and family too.
- 8Shares
- 8Shares