Yearly Kanya Rashiphala

Mesha barsika rasifala ମେଷyearly odia rasiphala for brusha ବୃଷMithuna odia rasifala 2018 ମିଥୁନKarkata oriya barshika rashiphala କର୍କଟ
Singha barsika horoscope ସିଂହKanya rashi phal for 2018 କନ୍ୟାLibra odia horoscope Tula ତୁଳାBichha this year rasifala ବିଛା
Dhanu rasi astrology 2018 ଧନୁBarsika Makara oriya horoscope ମକରOdia Kumbha yearly rasifala କୁମ୍ଭOdia Mina 2018 rasifala ମୀନ

 


Yearly Horoscope Kanya

କନ୍ୟା ରାଶି

ବର୍ଷ ଆରମ୍ଭରୁ ଧନୁରାଶିରେ ରବି, ଶୁକ୍ର, ବିଛାରେ ଚନ୍ଦ୍ର, ମଙ୍ଗଳ ଓ କେତୁ, ମକରରେ ଶନି, ବୁଧ, କୁମ୍ଭରେ ଗୁରୁ, ବୃଷରେ ରାହୁ ଅବସ୍ଥାନ କରିଛନ୍ତି।


 

ବାର୍ଷିକ ରାଶିଫଳ କନ୍ୟା ୨୦୨୨

ବାର୍ଷିକ ଶୁଭାଶୁଭ ଫଳ: 

୦୨୨ ମସିହା ଇଂରାଜୀ ନବବର୍ଷ କେମିତି କଟିବ କନ୍ୟାରାଶିର ଆବାଳ ବୃଦ୍ଧବନିତା ମାନଙ୍କ ପାଇଁ, କଣରହିଛି ଗ୍ରହମାନଙ୍କର ଫଳାଫଳ, କେମିତି କରିବେ ଅଶୁଭ ଗ୍ରହ ମାନଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା – ନୂଆ ବର୍ଷ ଅର୍ଥାତ୍ ଜୀବନର ନୂଆ ନୂଆ ଯୋଜନା ଓ ସ୍ଵପ୍ନ । ଏହି ନୂଆ ବର୍ଷ ସହିତ ଏକ ଆଶାର ଡୋରୀ ବାନ୍ଧି ହୋଇଥାଏ । ଏହି ଆଶାରୁ ହିଁ ଜିଜ୍ଞାସା ସୃଷ୍ଟି ହୁଏ । ଏହି ନୂଆ ଯୋଜନା ଓ ସ୍ଵପ୍ନକୁ ନେଇ ଅନେକ ପ୍ରକାର ପ୍ରଶ୍ନ ମନରେ ସୃଷ୍ଟି ହୁଏ । ଯେପରିକି କ୍ୟାରିୟର କିପରି ହେବ ? ଶିକ୍ଷା କ୍ଷେତ୍ରରେ କିପରି ହେବ ? ସ୍ୱାସ୍ଥ୍ୟ କିପରି ରହିବ ?

ପାରିବାରିକ ଓ ବୈବାହିକ ଜୀବନ କିପରି ରହିବ ? ଏହିପରି ଅନେକ ପ୍ରଶ୍ନ ମନରେ ଆସିଥାଏ । ସମୟ ସବୁବେଳେ ସମାନ ନଥାଏ, କିନ୍ତୁ ସମୟ ପୂର୍ବରୁ ଘଟଣା ଗୁଡିକ ବିଷୟରେ ଜାଣି ପ୍ରତ୍ୟେକ ସମସ୍ୟାକୁ ସାମ୍ନା କରିବାକୁ ସାହସ ଓ ଧର୍ଯ୍ୟ ଏକଜୁଟ କରି ଲଢିବାର କ୍ଷମତାକୁ ବିକସିତ କରିବା ଆବଶ୍ୟକ । ତେବେ ଆସନ୍ତୁ ଏବେ ଜାଣିବା ୨୦୨୨ ମସିହାରେ କନ୍ୟାରାଶିର ରାଶିଫଳ ଅନୁସାରେ ଜୀବନର ଶୁଭ ଅଶୁଭ ଫଳାଫଳ ବିଷୟରେ ।

ବର୍ଷ ଆରମ୍ଭରୁ ଧନୁରାଶିରେ ରବି, ଶୁକ୍ର, ବିଛାରେ ଚନ୍ଦ୍ର, ମଙ୍ଗଳ ଓ କେତୁ, ମକରରେ ଶନି, ବୁଧ, କୁମ୍ଭରେ ଗୁରୁ, ବୃଷରେ ରାହୁ ଥିବା ସମୟରେ ବର୍ଷଚକ୍ର ଆରମ୍ଭ ହେଉଛି । ଗୁରୁ ୨୦୨୨ମସିହା ଏପ୍ରିଲମାସ ୧୩ତାରିଖରେ ମୀନ ରାଶିକୁ ଗମନ କରି ବର୍ଷଶେଷ ପର୍ଯ୍ୟନ୍ତ ରହିବେ । ୨୦୨୨ ମସିହା ଅପ୍ରେଲ ୨୯ତାରିଖରେ ଶନି କୁମ୍ଭରାଶିକୁ ଗୋଚର ହେବେ ଓ ଜୁଲାଇ ୧୨ତାରିଖରେ ମକର ରାଶିକୁ ବକ୍ରହୋଇ ବର୍ଷଶେଷ ପର୍ଯ୍ୟନ୍ତ ରହିବେ । ରାହୁ ମାର୍ଚ୍ଚ ୧୭ ତାରିଖରେ ମେଷ ରାଶିକୁ ଓ କେତୁ ତୁଳାରାଶିକୁ ବକ୍ର ସଂଚାର ହୋଇ ବର୍ଷଶେଷ ପର୍ଯ୍ୟନ୍ତ ଅବସ୍ଥାନ କରିବେ ।

କନ୍ୟା- କନ୍ୟାରାଶିର ଜାତକଙ୍କ ପାଇଁ ୨୦୨୨ ମସିହାରେ କ୍ୟାରିୟର, ଆର୍ଥିକ, ରାଜନୀତି, ପାରିବାରିକ, ସ୍ୱାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ଶୁଭାଶୁଭ ମିଶ୍ରିତଫଳ ପ୍ରାପ୍ତ ହେବ । ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ହେବ । କ୍ୟାରିୟରରେ କିଛି ପରିବର୍ତ୍ତନ ହୋଇପାରେ । ସମସ୍ତ ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବାର ସମ୍ଭାବନା ରହିଛି । ଆର୍ଥିକ ସମସ୍ୟାରୁ ମୁକ୍ତି ପାଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ, କିନ୍ତୁ ଅଯଥା ଖର୍ଚ୍ଚ ଠାରୁ ଦୂରେଇ ରହିବା ଆବଶ୍ୟକ । ବୈବାହିକ ଜୀବନରେ ଓ ପ୍ରେମ ସମ୍ପର୍କରେ କିଛି ସମସ୍ୟା ଦେଖାଦେଇ ପାରେ । ଜାନୁୟାରୀ ଠାରୁ ଏପ୍ରିଲ ମାସ ପର୍ଯ୍ୟନ୍ତ କଠିନ ପରିଶ୍ରମ କରିବାକୁ ପଡିବ । କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବାକଷ୍ଟ ହେବ । ଏପ୍ରିଲମାସ ପରେ ସମସ୍ତ କ୍ଷେତ୍ରରେ ଶୁଭଫଳ ପ୍ରାପ୍ତି ହେବ ।

ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପରିବାରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନରେ ଖୁସି ଲାଗି ରହିବ । ପରିବାରରେ ଖୁସିର ମାହୋଲ ଲାଗି ରହିବ । ପ୍ରେମ ସମ୍ପର୍କରେ ସକରାତ୍ମକ ଭାବନା ସୃଷ୍ଟି ହବ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ ।

ଆର୍ଥିକ ସ୍ଥିତି ବହୁତ ଭଲ ରହିବ । ସ୍ୱାସ୍ଥ୍ୟ ସାମସ୍ୟା ଦୂରେଇ ଯାଇ ଶରୀର ସୁସ୍ଥ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବ । ଗୁରୁ ସପ୍ତମ ଭାବରେ ଶନି ଷଷ୍ଠ ଭାବରେ ରହିବା ଫଳରେ ରାଜ ଯୋଗ ଭୋଗ କରିବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ନିର୍ବାଚନ କ୍ଷେତ୍ରରେ ସଫଳ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଶୁଭଫଳ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ ।

ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ । କର୍ମରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ପ୍ରତିକାର- ୧- ପ୍ରତ୍ୟେକ ଶନିବାର ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ଓ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ । ୨-ପ୍ରତ୍ୟେକ ଦିନ କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ ଓ କଉଡି ଗୋଟିଏ ପାଖରେ ରଖନ୍ତୁ । ୩- ପ୍ରତ୍ୟେକ ଦିନ ବୁଲା କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ଓ କିନ୍ନରଙ୍କୁ କିଛି ଦାନ ଦିଅନ୍ତୁ ।