- 5Shares
Yearly Horoscope Karkata
କର୍କଟ ରାଶି
ବର୍ଷ ଆରମ୍ଭରୁ ରବି ଶୁକ୍ର ଓ ଶନି ଷଷ୍ଠରେ, ଚନ୍ଦ୍ର ଦ୍ଵାଦଶରେ, ମଙ୍ଗଳ ଓ ଗୁରୁ ଚତୁର୍ଥରେ, ବୁଧ ପଞ୍ଚମରେ, ରାହୁ ସ୍ଵରାଶିରେ ଓ କେତୁ ସପ୍ତମରେ ଅବସ୍ଥାନ କରିଛନ୍ତି।
ବାର୍ଷିକ ରାଶିଫଳ କର୍କଟ ୨୦୨୦
ବାର୍ଷିକ ଶୁଭାଶୁଭ ଫଳ:
କ୨୦୨୦ମସିହା ଆପଣଙ୍କ ପାଇଁ ଶୁଭାଶୁଭ ମିଶ୍ରିତଫଳଦାୟକ ହେବ । ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ । ସୁଖ-ସୌଭାଗ୍ୟ ବୃଦ୍ଧି ହେବ । ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ । ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳ ବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାର୍ଡୱାର, ମହମବତୀ, ପେଟ୍ରୋଲିୟମ୍, କବାଡ଼ି, ଗୋସମ୍ପଦ, କୁକୁଡ଼ା, ଛେଳିଫାର୍ମ ଇତ୍ୟାଦିରେ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ ।
ଉଚ୍ଚଶିକ୍ଷା ଲାଭକରି ବି·ରବିଭାଗ, ଚିକିତ୍ସାବିଭାଗ, ରାଜନୀତି ବିଭାଗ, ଶିକ୍ଷା ବିଭାଗ ଆଦିରେ କର୍ମପାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ହୋଇପାରିବେ । ସମସ୍ତ ପ୍ରକାର ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ଉଚ୍ଚ ଶିକ୍ଷା ପାଇଁ ବା କର୍ମ ପାଇଁ ବିଦେଶ ଯାତ୍ରା କରିବେ । ବାଦ ବିବାଦ, ମାଲିମକଦ୍ଦମାରେ ବିଜୟୀ ହେବେ ।
ନୂତନ ଜାଗା ଜମି ଗୃହ, ବାହନ ଆଦି କ୍ରୟ କରିବେ । ମାଙ୍ଗଳିକ କାର୍ଯ୍ୟରେ ଅର୍ଥ ବିନିଯୋଗ ହେବ । ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ । ଅଧିନସ୍ଥ କର୍ମ·ରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ । ବନ୍ଧୁ, ମିତ୍ର, ସହଯୋଗୀ ପ୍ରତି ସତର୍କ ନ ରହିଲେ ବ୍ୟବସାୟରେ କ୍ଷତି ସହିବେ ।
ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ । ସେୟାର, ଲଟେରୀ ଆଦିରେ ଅ·ନକ ଧନଲାଭ ହେବ । ନୂତନ ଉଦ୍ୟୋଗରେ ପଇସା ଖଟେଇବେ । ଜୀବନସାଥୀଙ୍କ ସ୍ୱାସ୍ଥ୍ୟ ନେଇ ପ୍ରାୟ ସମୟ ଚିନ୍ତିତ ରହିବେ । ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁଁ ଅନେକ ସମୟରେ ଚିନ୍ତିତ ରହିବେ ।
ସ୍ୱାସ୍ଥ୍ୟ ପାଇଁ ଅଧିକରୁ ଅଧିକ ସତର୍କ ରହିବା ଆବଶ୍ୟକ । ପ୍ରତିକାର-ଗୋମାତାଙ୍କୁ ପ୍ରତ୍ୟେକ ଦିନ କିଛି ଖାଇବାକୁ ଦିଅନ୍ତୁ । ନବଗ୍ରହ ଯନ୍ତ୍ର ପୂଜା କରନ୍ତୁ । ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ ।
- 5Shares
- 5Shares