କେମତି କଟିବ ୨୦୨୦ ମସିହା – କର୍କଟ, ସିଂହ, କନ୍ୟା ରାଶିଫଳ

ଶେୟାର କରନ୍ତୁ ଅନ୍ୟମାନକ ସହିତ

କର୍କଟ – ୨୦୨୦ ମସିହା

ଆପଣଙ୍କ ପାଇଁ ଶୁଭାଶୁଭ ମିଶ୍ରିତଫଳଦାୟକ ହେବ । ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ । ସୁଖ-ସୌଭାଗ୍ୟ ବୃଦ୍ଧି ହେବ । ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ । ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳ ବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାର୍ଡୱାର, ମହମବତୀ, ପେଟ୍ରୋଲିୟମ୍, କବାଡ଼ି, ଗୋସମ୍ପଦ, କୁକୁଡ଼ା, ଛେଳିଫାର୍ମ ଇତ୍ୟାଦିରେ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଉଚ୍ଚଶିକ୍ଷା ଲାଭକରି ବି·ରବିଭାଗ, ଚିକିତ୍ସାବିଭାଗ, ରାଜନୀତି ବିଭାଗ, ଶିକ୍ଷା ବିଭାଗ ଆଦିରେ କର୍ମପାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ହୋଇପାରିବେ । ସମସ୍ତ ପ୍ରକାର ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ଉଚ୍ଚ ଶିକ୍ଷା ପାଇଁ ବା କର୍ମ ପାଇଁ ବିଦେଶ ଯାତ୍ରା କରିବେ । ବାଦ ବିବାଦ, ମାଲିମକଦ୍ଦମାରେ ବିଜୟୀ ହେବେ । ନୂତନ ଜାଗା ଜମି ଗୃହ, ବାହନ ଆଦି କ୍ରୟ କରିବେ । ମାଙ୍ଗଳିକ କାର୍ଯ୍ୟରେ ଅର୍ଥ ବିନିଯୋଗ ହେବ । ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ ।

ଅଧିନସ୍ଥ କର୍ମ·ରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ । ବନ୍ଧୁ, ମିତ୍ର, ସହଯୋଗୀ ପ୍ରତି ସତର୍କ ନ ରହିଲେ ବ୍ୟବସାୟରେ କ୍ଷତି ସହିବେ । ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ । ସେୟାର, ଲଟେରୀ ଆଦିରେ ଅ·ନକ ଧନଲାଭ ହେବ । ନୂତନ ଉଦ୍ୟୋଗରେ ପଇସା ଖଟେଇବେ । ଜୀବନସାଥୀଙ୍କ ସ୍ୱାସ୍ଥ୍ୟ ନେଇ ପ୍ରାୟ ସମୟ ଚିନ୍ତିତ ରହିବେ । ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁଁ ଅନେକ ସମୟରେ ଚିନ୍ତିତ ରହିବେ । ସ୍ୱାସ୍ଥ୍ୟ ପାଇଁ ଅଧିକରୁ ଅଧିକ ସତର୍କ ରହିବା ଆବଶ୍ୟକ । ପ୍ରତିକାର-ଗୋମାତାଙ୍କୁ ପ୍ରତ୍ୟେକ ଦିନ କିଛି ଖାଇବାକୁ ଦିଅନ୍ତୁ । ନବଗ୍ରହ ଯନ୍ତ୍ର ପୂଜା କରନ୍ତୁ  । ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ ।

ସିଂହ-୨୦୨୦ ମସିହା

ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭ ଫଳଦାୟକ ହେବ । ବର୍ଷାରମ୍ଭରେ ରବି, ବୃହସ୍ପତି, ଶନି, କେତୁ, ବୁଧ ପଞ୍ଚମରେ ଓ ରାହୁ ତୃତୀୟରେ ଥିବାରୁ ସମସ୍ତ ଆଶା ଅଭିଳାଷ ପୂରଣ ହୋଇପାରିବ । ଦୀର୍ଘଦିନ ପରେ ଆପଣଙ୍କ ଜୀବନରେ ଅଧିକ ସୁଖ ଓ ସମୃଦ୍ଧିର ସମୟ ଉପସ୍ଥିତ ହୋଇଛି  । ଭାଗ୍ୟୋନ୍ନତି, କର୍ମୋନ୍ନତି, ସନ୍ତାନସୁଖ ପ୍ରାପ୍ତି, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ପରହାତରେ ଥିବା ଧନ ପ୍ରାପ୍ତି ହେବ । ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ । ଆପଣଙ୍କ ବ୍ୟବସାୟରେ ସର୍ବଦା ଉନ୍ନତି ଓ ଲାଭପ୍ରାପ୍ତି ହେବ ।

ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ଋଣଭାରରୁ ମୁକ୍ତି ପାଇବେ । ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ ନାହିଁ । ସନ୍ତାନମାନେ ଉନ୍ନତି କରିବେ । ଆଶା କରୁଥିବା ଫଳ ପାଇ ପାରିବେ । ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି  ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ସାଙ୍ଗ ସାଥି ଭାଗିଦାରମାନଙ୍କ ପାଇଁ ରାଜକର୍ମଚାରୀ ହୋଇଥିଲେ ଅନେକ ସୁବିଧା ସୁଯୋଗ ପାଇବେ । ବ୍ୟବସାୟିକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ ।

ଠିକାଦାରି, ସଡକ, ଗୃହ ନିର୍ମାଣ, ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍, ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ । କଳକାରଖାନା, କୋଇଲା ଖଣି, ରେଳ ବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରିବା ଫଳରେ କର୍ମୋନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟ ନେତାଙ୍କର ପି୍ରୟ ପାତ୍ର ହେବେ । ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ । ପ୍ରତିକାର-ବାପା ମାଆ, ଗୁରୁ ଗୁରୁଜନଙ୍କୁ ପ୍ରତ୍ୟେକ ଦିନ ପ୍ରଣାମ କରନ୍ତୁ । ବୁଲା କୁୁକୁରଙ୍କୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା-୨୦୨୦ ମସିହା

ଆପଣଙ୍କ ପାଇଁ ଶୁଭାଶୁଭ ମିଶ୍ରିତ ଫଳଦାୟକ ହେବ । ଅକସ୍ମାତ ଧନଲାଭ ହେବ । ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲ ସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ପଦୋନ୍ନତି ହେବ ଏବଂ କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଓ ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ । ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ । ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ ସହଜରେ ପରିଶୋଧ କରିପାରିବେ ।

ନୂତନ ସମ୍ପତ୍ତି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ। ବାଣିଜ୍ୟ, ବ୍ୟବସାୟ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଉପଯୁକ୍ତ ସମୟ । ଶିକ୍ଷା, ଉଚ୍ଚଶିକ୍ଷା, ପ୍ରତିଯୋଗିତା ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ। ବିଦେଶ ଯାତ୍ରାରେ ଉଚ୍ଚଶିକ୍ଷା ପାଇଁ ଓ କର୍ମୋନ୍ନତି ପାଇଁ ସୁଯୋଗ ପାଇବେ। ଅବିବାହିତ ଯୁବକ ଓ ଯୁବତୀମାନେ ସୁରୁଖୁରୁରେ ବିବାହ କରିପାରିବେ। ରାଜନୈତିକ କ୍ଷେତ୍ରରେ ନିଦ୍ୱର୍ନ୍ଦରେ ଜୟଯୁକ୍ତ ହୋଇ ଉଚ୍ଚ ପଦପଦବୀରେ ପ୍ରତିଷ୍ଠିତ ହେବେ। ପାରିବାରିକ ଜୀବନ ଯାପନ ଶାନ୍ତିପୂର୍ଣ୍ଣ ହେବ।

ପରିବାରର ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ। ସ୍ୱାସ୍ଥ୍ୟ ଦିଗରେ ଛାତି, ଗଳା, ମେରୁଦଣ୍ଡ, ମସ୍ତିଷ୍କ ପ୍ରତି ସତର୍କ ଅବଲମ୍ବନ କରିବା ଉଚିତ୍‌। ପ୍ରତିକାର-ଶନିଯନ୍ତ୍ର ପୂଜା କରନ୍ତୁ ଏବଂ ବାଡ଼ି ଅଁଳା ମୂଳ କଳାସୂତାରେ ଗୁଡେଇ ପୁରୁଷମାନେ ଦକ୍ଷିଣ ବାହୁରେ ଓ ମହିଳାମାନେ ବାମବାହୁରେ ଶନିବାର ଦିନ ଧାରଣ କରନ୍ତୁ। ଶନିବାର, ଗୁରୁବାର ଓ ମଙ୍ଗଳବାର ଆମିଷ, ନିଶାଦ୍ରବ୍ୟ ସେବନ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!