କେମତି କଟିବ ୨୦୨୦ ମସିହା – ମେଷ, ବୃଷ ଓ ମିଥୁନ ରାଶିଫଳ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ-୨୦୨୦ ମସିହା

ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। ବର୍ଷାରମ୍ଭରେ ନବମରେ ରବି, ବୃହସ୍ପତି, ଶନି, କେତୁ ଓ ବୁଧ ଥିବାରୁ ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ। ପ୍ରତିଯୋଗିତାରେ ପ୍ରଶାସନସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ। ବ୍ୟବସାୟକ୍ଷେତ୍ରରେ ଆଶାତୀତ ଫଳପାଇବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଯଶ-ମାନ-ପ୍ରତିଷ୍ଠା ବୃଦ୍ଧିପାଇବ। ସନ୍ତାନ ଓ ଜୀବନସାଥୀଙ୍କ ସହଯୋଗ ପାଇ ଗୃହସ୍ଥଜୀବନରେ ଭରପୂର ସୁଖପ୍ରାପ୍ତି ହେବ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିିଶେଷ ଉନ୍ନତିହେବ। ଏହି ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ। ସର୍ବଦା ଧଳାବସ୍ତ୍ର ପରିଧାନକଲେ ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ରାଜନୀତିକ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିଯୋଗିତା କ୍ଷେତ୍ରରେ ଜୟଯୁକ୍ତ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି, ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ ଓ ଗୃହ ଆଦି ଲାଭ ହେବାର ଯୋଗ ଅଛି। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଉନ୍ନତିହେବା ସହ ଲାଭବାନ ହେବେ।

ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କରି ଯଶ, ମାନ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତା, ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମା ଥିଲେ ସହଜରେ ସମାଧାନ କରିପାରିବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସୁଖ ଶାନ୍ତିରେ ଦିନ କାଟିବେ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ ରେ ମଜ୍ଜି ରହିବେ।ପ୍ରତିକାର-ବାଡ଼ିଅଁଳାମୂଳ କଳାସୂତାରେ ଗୁଡେଇ ଶନିବାର ଦିନ ପୁରୁଷମାନେ ଦକ୍ଷିଣ ବାହୁରେ ଓ ମହିଳାମାନେ ବାମବାହୁରେ ଧାରଣ କରନ୍ତୁ ।

ବୃଷ–୨୦୨୦ ମସିହା

ଆପଣଙ୍କ ପାଇଁ ଶୁଭାଶୁଭ ମିଶ୍ରିତ ଫଳଦାୟକ ହେବ । ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ । ସାଂସାରିକ ଜୀବନ ସୁଖମୟ ହେବ । ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ମହିଳାମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ । ସଂ·ଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ ।

ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ । ପ୍ରତିଯୋଗିତାରେ ଉତ୍ତିର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ଦୀର୍ଘଦିନର ଆଶା ଏବେ ପୂରଣ ହେବ । ଉଚ୍ଚପଦବୀରେ ଅଧିଷ୍ଠିତହେବେ । କେତେକ କାର୍ଯ୍ୟ ଦୋଦୁଲ୍ୟମାନ ଅବସ୍ଥାରେ ରହିବ । ଜୀବନଧାରା ଉତ୍ଥାନ ପତ୍ତନ ଦେଇ ଗତିକରିବ । ଅତ୍ୟଧିକ ସାବଧାନତା ଆବଶ୍ୟକ । ବ୍ୟବସାୟରେ ଉନ୍ନତି ହେବ କିନ୍ତୁ ଶେଷରେ ଖର୍ଚ୍ଚାନ୍ତ ହେବା ଫଳରେ ହିସାବ ପାଇବେ ନାହିଁ  ।ଅତ୍ୟଧିକ ପରିଶ୍ରମ ଯୋଗୁଁ ରୋଗାଗ୍ରସ୍ତ ହୋଇପଡ଼ିବେ  ।

ରକ୍ତଚାପ ରୋଗ, ସୁଗାର, ପଇସା, ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇବ । ନୂତନ କାର୍ଯ୍ୟାରମ୍ଭ କଲେ ଅଧିକ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟପୂରଣ କରିପାରିବେ । ପ୍ରାୟ ସମୟ ସ୍ତ୍ରୀଙ୍କ ପାଇଁ ଚିନ୍ତିତ ରହିବେ  । ପରିବାରର ସଦସ୍ୟଙ୍କର ରୋଗ ଉପଚାର ନିବୃତ୍ତି କରିବାକୁ ଯାଇ ଅନେକ କ୍ଷୟକ୍ଷତିର ସମ୍ମୁଖୀନ ହେବେ  । ପ୍ରତିକାର-ସୂର୍ଯ୍ୟଙ୍କୁ ଜଳ ଦାନଦେଇ ବେଲମୂଳ ନାଲି ସୂତାରେ ଗୁଡେଇ ପୁରୁଷମାନେ ଦକ୍ଷିଣ ବାହୁରେ ଓ ମହିଳାମାନେ ବାମବାହୁରେ ବାନ୍ଧନ୍ତୁ । ପିତା ମାତା, ଗୁରୁ ଗୁରୁଜନଙ୍କୁ ପ୍ରତ୍ୟେକ ଦିନ ପ୍ରଣାମ କରନ୍ତୁ ।

ମିଥୁନ-୨୦୨୦ ମସିହା

ଆପଣଙ୍କ ପାଇଁ ଶୁଭାଶୁଭ ମିଶ୍ରିତ ଫଳଦାୟକ ହେବ । ବିଶେଷ ରୂପରେ ଆପଣଙ୍କ ଭାଗ୍ୟ ଧିରେ ଧିରେ ଉନ୍ନତି ପଥରେ ଅଗ୍ରସର ହେବ । ଭାଗ୍ୟୋନ୍ନତି, ଧନଲାଭ ଏବଂ ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ବେପାର ବଣିଜରେ ପ୍ରଚୁର ଲାଭ ମିଳିବ ଏବଂ ନୂଆ ନୂଆ ଉପାୟ ଚିନ୍ତା କରିବେ । ଅ·ନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ  । ଉଚ୍ଚସ୍ତରୀୟ ଯାନବାହନ କ୍ରୟକରିବାର ସୁବିଧା ସୁଯୋଗ ପାଇବେ । ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ଦୀର୍ଘଦିନଧରି ଅଧା ହୋଇପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ ।

ପୁତ୍ର ରତ୍ନପ୍ରାପ୍ତି ହେବ । ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ଆୟର ଯଥେଷ୍ଟ ଅର୍ଥ ମାଙ୍ଗଳିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚକରିବେ । ଧର୍ମାନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତକ୍ଷେତ୍ରରେ ଉତ୍ସାହିତ ହେବେ । ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧିପାଇବ । ଦାମ୍ପତ୍ୟସୁଖରେ ସୁଖୀହେବେ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂରହୋଇ ବର୍ତ୍ତମାନ ସୁଖର ସ୍ୱପ୍ନ ଦେଖିପାରିବେ । ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ । ସନ୍ତାନ ଓ ଦାମ୍ପତ୍ୟ ପ୍ରତି ସଜାଗ ରହିବା ଉଚିତ ।

କମ୍ପାନୀ, ବ୍ୟାଙ୍କ, କମ୍ପୁ୍ୟଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ ଓ ଶିକ୍ଷାର ମଧ୍ୟ ସୁବିଧା ସୁଯୋଗ ପାଇବେ । ରାଜନୈତିକକ୍ଷେତ୍ରରେ ଗ୍ରହ ପ୍ରତିକୂଳ ହେତୁ ପ୍ରତିଯୋଗିତାରେ ପ୍ରବଳ ସଂଘର୍ଷର ସମ୍ମୁଖୀନ ହେବାକୁ ପଡ଼ିବ । ଦଶାର ବଳାବଳ ନେଇ ଲୋକ ସମର୍ଥନ ପାଇବେ ଏବଂ ପ୍ରତିଯୋଗିତାରେ ସଫଳହେବେ । ଟାଣୁଆନେତା, ପୁରୁଖାନେତା ଆପଣଙ୍କ ପାଇଁ ପ୍ରତିବନ୍ଧକ ହୋଇ ଦେଖାଦେବେ । କର୍ମକ୍ଷେତ୍ରରେ ଶତ୍ରୁମାନେ ବିପଦରେ ପକେଇବା ପାଇଁ ଚେଷ୍ଟା କରିପାରନ୍ତି । ପ୍ରତିକାର-ଧର୍ମ କାର୍ଯ୍ୟରେ ଯୋଗଦେଇ କିଛି ଦାନକରନ୍ତୁ । ପ୍ରତ୍ୟେକ ଶୁକ୍ରବାରରେ ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!