Yearly Tula Rashiphala

Mesha barsika rasifala ମେଷyearly odia rasiphala for brusha ବୃଷMithuna odia rasifala 2018 ମିଥୁନKarkata oriya barshika rashiphala କର୍କଟ
Singha barsika horoscope ସିଂହKanya rashi phal for 2018 କନ୍ୟାLibra odia horoscope Tula ତୁଳାBichha this year rasifala ବିଛା
Dhanu rasi astrology 2018 ଧନୁBarsika Makara oriya horoscope ମକରOdia Kumbha yearly rasifala କୁମ୍ଭOdia Mina 2018 rasifala ମୀନ

 


Yearly Horoscope Tula

ତୁଳା ରାଶି

ବର୍ଷ ଆରମ୍ଭରୁ ଧନୁରାଶିରେ ରବି, ଶୁକ୍ର, ବିଛାରେ ଚନ୍ଦ୍ର, ମଙ୍ଗଳ ଓ କେତୁ, ମକରରେ ଶନି, ବୁଧ, କୁମ୍ଭରେ ଗୁରୁ, ବୃଷରେ ରାହୁ ଅବସ୍ଥାନ କରିଛନ୍ତି ।


 

ବାର୍ଷିକ ରାଶିଫଳ ତୁଳା ୨୦୨୨

ବାର୍ଷିକ ଶୁଭାଶୁଭ ଫଳ: 

୨୦୨୨ ମସିହା ଇଂରାଜୀ ନବବର୍ଷ କେମିତି କଟିବ ତୁଳାରାଶିର ଆବାଳବୃଦ୍ଧ ବନିତା ମାନଙ୍କ ପାଇଁ, କଣରହିଛି ଗ୍ରହମାନଙ୍କର ଫଳାଫଳ, କେମିତି କରିବେ ଅଶୁଭ ଗ୍ରହ ମାନଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା – ନୂଆ ବର୍ଷ ଅର୍ଥାତ୍ ଜୀବନର ନୂଆ ନୂଆ ଯୋଜନା ଓ ସ୍ଵପ୍ନ । ଏହି ନୂଆ ବର୍ଷ ସହିତ ଏକ ଆଶାର ଡୋରୀ ବାନ୍ଧି ହୋଇଥାଏ । ଏହି ଆଶାରୁ ହିଁ ଜିଜ୍ଞାସା ସୃଷ୍ଟି ହୁଏ । ଏହି ନୂଆ ଯୋଜନା ଓ ସ୍ଵପ୍ନକୁ ନେଇ ଅନେକ ପ୍ରକାର ପ୍ରଶ୍ନ ମନରେ ସୃଷ୍ଟି ହୁଏ । ଯେପରିକି କ୍ୟାରିୟର କିପରି ହେବ ? ଶିକ୍ଷା କ୍ଷେତ୍ରରେ କିପରି ହେବ ?

ସ୍ୱାସ୍ଥ୍ୟ କିପରି ରହିବ ? ପାରିବାରିକ ଓ ବୈବାହିକ ଜୀବନ କିପରି ରହିବ ? ଏହିପରି ଅନେକ ପ୍ରଶ୍ନ ମନରେ ଆସିଥାଏ । ସମୟ ସବୁବେଳେ ସମାନ ନଥାଏ, କିନ୍ତୁ ସମୟ ପୂର୍ବରୁ ଘଟଣା ଗୁଡିକ ବିଷୟରେ ଜାଣି ପ୍ରତ୍ୟେକ ସମସ୍ୟାକୁ ସାମ୍ନା କରିବାକୁ ସାହସ ଓ ଧର୍ଯ୍ୟ ଏକଜୁଟ କରି ଲଢିବାର କ୍ଷମତାକୁ ବିକସିତ କରିବା ଆବଶ୍ୟକ । ତେବେ ଆସନ୍ତୁ ଏବେ ଜାଣିବା ୨୦୨୨ ମସିହାରେ ତୁଳାରାଶିର ରାଶିଫଳ ଅନୁସାରେ ଜୀବନର ଶୁଭ ଅଶୁଭ ଫଳାଫଳ ବିଷୟରେ ।

ବର୍ଷ ଆରମ୍ଭରୁ ଧନୁରାଶିରେ ରବି, ଶୁକ୍ର, ବିଛାରେ ଚନ୍ଦ୍ର, ମଙ୍ଗଳ ଓ କେତୁ, ମକରରେ ଶନି, ବୁଧ, କୁମ୍ଭରେ ଗୁରୁ, ବୃଷରେ ରାହୁ ଥିବା ସମୟରେ ବର୍ଷଚକ୍ର ଆରମ୍ଭ ହେଉଛି । ଗୁରୁ ୨୦୨୨ମସିହା ଏପ୍ରିଲମାସ ୧୩ତାରିଖରେ ମୀନ ରାଶିକୁ ଗମନ କରି ବର୍ଷଶେଷ ପର୍ଯ୍ୟନ୍ତ ରହିବେ । ୨୦୨୨ ମସିହା ଅପ୍ରେଲ ୨୯ତାରିଖରେ ଶନି କୁମ୍ଭରାଶିକୁ ଗୋଚର ହେବେ ଓ ଜୁଲାଇ ୧୨ତାରିଖରେ ମକର ରାଶିକୁ ବକ୍ରହୋଇ ବର୍ଷଶେଷ ପର୍ଯ୍ୟନ୍ତ ରହିବେ । ରାହୁ ମାର୍ଚ୍ଚ ୧୭ ତାରିଖରେ ମେଷ ରାଶିକୁ ଓ କେତୁ ତୁଳାରାଶିକୁ ବକ୍ର ସଂଚାର ହୋଇ ବର୍ଷଶେଷ ପର୍ଯ୍ୟନ୍ତ ଅବସ୍ଥାନ କରିବେ ।

ତୁଳା- ତୁଳା ରାଶିର ଜାତକଙ୍କ ପାଇଁ ୨୦୨୨ ମସିହାରେ ଆକସ୍ମିକ ଧନ ଲାଭ ହୋଇ ଆର୍ଥିକ ସମସ୍ୟାରୁ ମୁକ୍ତି ମିଳିବ ବା ପୁର୍ବରୁ କରିଥିବା ଋଣରୁ ମୁକ୍ତି ପାଇ ପାରିବେ । ଧନ ସଞ୍ଚୟ କରିବା ପାଇଁ ଜଣେ ବିଶେଷଜ୍ଞଙ୍କ ଠାରୁ ପରାମର୍ଶ ନେବା ଉଚିତ୍ । ବୃହସ୍ପତିଙ୍କର ପଞ୍ଚମ ଭାବରେ ଗୋଚର ଯୋଗେ ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବା ସହ ମାନସିକ ସ୍ଥିତି ବହୁତ ଭଲ ରହିବ । ବିତିଯାଇଥିବା ମାମଲାରେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସଫଳତା ମିଳିବ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ । ସୁଖ ସମ୍ପଦ ପ୍ରାପ୍ତି ହେବା ସହ ନୂତନ କାର୍ଯ୍ୟ କିଛି ଆରମ୍ଭ କରିବା ପାଇଁ ମନ ବଳେଇବେ ।

ପରିବାର ସଦସ୍ୟଙ୍କ ସବୁ ଦାୟିତ୍ଵକୁ ପୂରଣ କରିବେ ଓ ଜୀବନସାଥୀଙ୍କ ସହିତ କୌଣସି ଧାର୍ମିକ ସ୍ଥାନକୁ ଯାତ୍ରା କରିବା ପାଇଁ ଯୋଜନା କରିବେ । ଶଶୁର ଘର ତରଫରୁ କୌଣସି ମୁଲ୍ୟବାନ ଉପହାର ପ୍ରାପ୍ତି ହେବେ । ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ଦେଖା ଦେବ । ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ । କ୍ୟାରିୟରରେ ସକାରାତ୍ମକ ପ୍ରଭାବ ପଡିବ । ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ ଓ ଚାକିରୀ କ୍ଷେତ୍ରରେ ପଦୋନ୍ନତି ପାଇବାର ସମ୍ଭାବନା ଅଛି । ସେଥିପାଇଁ କର୍ମ କ୍ଷେତ୍ରରେ ଅଧିକାରୀ ମାନଙ୍କ ସହିତ ଭଲ ସମ୍ପର୍କ ରଖିବାକୁ ହେବ । କର୍ମରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ ।

ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ବରିଷ୍ଠ ନେତାଙ୍କ ସ୍ନେହର ପାତ୍ର ହେବେ । ଆଶା କରୁଥିବା ସୁଯୋଗ ପାଇ ଖୁସୀ ହୋଇ ଯିବେ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଏପ୍ରିଲ ୧୩ ତାରିଖ ଠାରୁ ବୃହସ୍ପତି ମୀନ ରାଶିରେ ବା ଷଷ୍ଠ ଭାବରେ ଗୋଚର ହେବେ । ବିଶେଷ କରି ସ୍ୱାସ୍ଥ୍ୟ ସମସ୍ୟାରେ ଉନ୍ନତି ହେବ । ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ମିଳିବ । ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟ ଦାୟକ ହେବ । ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ ।

ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇବେ । ପ୍ରେମିକ ପ୍ରେମିକାମାନେ ଯୋଗାଯୋଗ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ । ଏପ୍ରିଲ ୨୯ ତାରିଖ ଠାରୁ ଗ୍ରହରାଜ ଶନିଶ୍ଚର କୁମ୍ଭରାଶିରେ ବା ସନ୍ତାନ ଭାବରେ ଗୋଚର ହେବେ । ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ । ସେୟାରବଜାର, ଜୁଆ, ଲଟେରୀ, ପ୍ଲାଷ୍ଟିକ୍, ଚମଡ଼ା, ଠିକାଦାରୀ, ରାସ୍ତାଗୃହନିର୍ମାଣ, ମଟରପାର୍ଟସ୍, ପେଟ୍ରୋଲିୟମ୍ପଦାର୍ଥ, କୋରିଅର, କୋଇଲା, କୋଳଥ, ଖାଦ୍ୟଦ୍ରବ୍ୟ, ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ ।

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଧନ ସଞ୍ଚୟ କରିବା ପାଇଁ କିଛି ସଂଘର୍ଷ ମଧ୍ୟ କରିବାକୁ ପଡିପାରେ । ପ୍ରେମ ସମ୍ପର୍କରେ ନିଜର କ୍ରୋଧକୁ ନିୟନ୍ତ୍ରଣ ରଖିବାକୁ ହେବ । ପାରିବାରିକ କ୍ଷେତ୍ରରେ ସାମାନ୍ୟ ସାମସ୍ୟା ସୃଷ୍ଟି ହୋଇପାରେ । ମଙ୍ଗଳ ସୁଖ ଭାବରେ ରହୁଥିବାରୁ ପରିବାର ସଦସ୍ୟଙ୍କ ସହିତ ମତଭେଦ ସୃଷ୍ଟି ହେବ । ଯାହାକି ଆପଣ ଚାହୁଁ ନଥିଲେ ମଧ୍ୟ ବ୍ୟବହାର ଖରାପ କରି ନିଜକୁ ବଦନାମ କରିବେ । କିନ୍ତୁ ଯେ କୌଣସି କଥାକୁ ଅଧିକ ଚିନ୍ତା ନକଲେ ଚିନ୍ତାରୁ ମୁକ୍ତି ମିଳିବ । ପ୍ରତିକାର- ୧- ପ୍ରତ୍ୟେକ ଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ଓ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ । ୨- ପ୍ରତ୍ୟେକ ଦିନ ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ଓ ସର୍ବଦା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ । ୩-ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।