ମେଷ:-ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ଖେଳରେ ବିଜୟୀ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ରୋମାଣ୍ଟିକ୍ ମନୋଭାବରେ ରହିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ। ଏକୁଟିଆ ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ ଓ ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ପ୍ରତିକାର- ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ।
କର୍କଟ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। ସେୟାର ବଜାରରେ ମୁନାଫା ମିଳିବ। ଜୀବନସାଥିଙ୍କ ସହଯୋଗରେ ଆଗକୁ ବଢିପାରିବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ସିଂହ:-ନୂଆ କୌଶଳ ଶିଖିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। କାର୍ଯ୍ୟବ୍ୟସ୍ତତା ଯୋଗୁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହି ପାରନ୍ତି। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ ଆର୍ଥିକ ସ୍ଥିତି ସୁଧୁରି ଯିବ, ଯଶ ପ୍ରତିଷ୍ଠା ମିଳିବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ କରିପାରିବେ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶି ଯିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ତଳ ମହଲରୁ ଆଶାତୀତ ଲାଭ ପାଇବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। କଠିନ ପରିଶ୍ରମ କରି ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭ ପାଇବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କାର୍ଯ୍ୟକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର ହେବ। ଅର୍ଥ କାରବାର ବିଷୟରେ ସାବଧାନ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ
ଧନୁ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ନୂଆ ଚାକିରୀ ହେବାର ଅଫର୍ ମିଳିବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
ମକର:-ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କୁମ୍ଭ:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଘରୋଇ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ।ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
