ମେଷ:-କେତେକ ପରିସ୍ଥିତିକୁ ସମ୍ଭାଳିବାରେ ସମର୍ଥ ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବ୍ୟବସାୟୀମାନେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବଢିଯିବ। ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ବୃଷ:-ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ସେୟାର ମାର୍କେଟରେ ଲାଭ ମିଳିବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ଏକାଧିକ କାମରେ ହାତ ଦେଇ ଭଲ ବଦଳରେ ମନ୍ଦସୃଷ୍ଟି ହୋଇପାରେ। ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। ପଢାପଢିରେ ମାନସିକ ଶାନ୍ତି ମିଳିବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ ନୂତନ କର୍ମପ୍ରାପ୍ତି ହେବ। କୋର୍ଟକଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ। ବ୍ୟାପାର ବାଣିଜ୍ୟ ଓ କାମ-କାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଛାତ୍ର ଛାତ୍ରୀମାନେ ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ସିଂହ:-ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ପ୍ରଶଂସା ପାଇବେ। ଭାଇ ମିତ୍ରଙ୍କଠାରୁ ସହଯୋଗ ପାଇ ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ। ଆର୍ଥିକ ସ୍ଥିତିରେ ବୃଦ୍ଧି ହେବା ସହ ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅନେକ କ୍ଷେତ୍ରରେ ଦୋଦୁଲ୍ୟମାନ ପରିସ୍ଥିତି ସୃଷ୍ଟି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ଶରୀର ସୁସ୍ଥ ରହିବା ସହ ଶତୃ ପରାଜିତ ହେବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ନୂତନ ଚାକିରୀ ପାଇବାର ସମ୍ଭାବନା ଅଛି। ବ୍ୟସ୍ତ ରହିବା ସତ୍ବେ ପରିବାରକୁ ସମୟ ଦେବା ଜରୁରୀ। ଛାତ୍ରମାନେ ଯେକୌଣସି ବଡ଼ ପ୍ରକଳ୍ପରେ ସଫଳତା ପାଇ ପାରିବେ। ବ୍ୟବସାୟରେ ବଡ ନିବେଶକଙ୍କ ସମର୍ଥନ ପାଇବା ସମ୍ଭବହେବ। ପୁଞ୍ଜି ନିବେଶ କରିବା ପୂର୍ବରୁ ବିଦ୍ୱାନ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଶ୍ଚୟ ନିଅନ୍ତୁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ।ଗୃହରେ ଶୁଭକାର୍ଯ୍ୟର ଆୟୋଜନ କରିପାରିବେ। ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଚିନ୍ତା ବା ସମସ୍ୟା ଦୂର ହେବ। କାହାକୁ ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମିଳିଯିବ। କାମ କାର୍ଯ୍ୟରେ କୌଣସି ନୂତନ ପଦ୍ଧତି ବ୍ୟବହାର କରି ଦୁଇଗୁଣା ଲାଭ ଉଠେଇବେ। ପ୍ରତିକାର-ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।
ବିଚ୍ଛା:-ରାଜନୀତି କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ ଓ ଧନଦାୟକ ଅନେକ ଶୁଭକର୍ମର ସୁଯୋଗ ପାଇବେ। ଅନ୍ୟର ଚିନ୍ତାଧାରାକୁ ଧ୍ୟାନ ଦିଅନ୍ତୁ ନାହିଁ। ଧର୍ମକାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ବ୍ୟବସାୟୀମାନେ ଭଲ ଅର୍ଡର ପାଇବେ ଓ ଆୟ ପନ୍ଥାର ପରିବର୍ତ୍ତନ ଆସିବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖା ଦେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ଧନୁ:-ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମକର:-ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
କୁମ୍ଭ:-ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ। ନୂଆ କ୍ୟାରିୟର ଆରମ୍ଭ କରି ପାରିବେ। ଶେୟର୍ସ, ନିବେଶ ଆଦିରେ ଲାଭ ହେବ। ଗଠନ ମୂଳକ ସାମୁହିକ ଗତିବିଧି ଦ୍ଵାରା ସଫଳତା ପ୍ରାପ୍ତ କରିବେ। ଧୈର୍ଯ୍ୟ ଓ ବୁଦ୍ଧିମତା ଯୋଗେ କରିଥିବା କାର୍ଯ୍ୟର ପରିଣାମ ଆପଣଙ୍କ ପକ୍ଷରେ ରହିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମୀନ:-ଘରୋଇ ପରିବେଶରେ ହଠାତ୍ ପରିବର୍ତ୍ତନ ହୋଇପାରେ। ଉଚ୍ଚଶିକ୍ଷା କ୍ଷେତ୍ରରେ ଆପଣଙ୍କର ପ୍ରଦର୍ଶନ ଉତ୍କୃଷ୍ଟ ହେବ। ପ୍ରେମୀଯୁଗଳ ଏକ ରୋମାଣ୍ଟିକ ଟୁର୍ ରେ ଯାଇପାରନ୍ତି। ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ଓ ପ୍ରେମସମ୍ବନ୍ଧ ବୃଦ୍ଧି ପାଇବ। ପିଲାମାନଙ୍କର ବିଦ୍ୟା ସମ୍ବନ୍ଧୀୟ ସମସ୍ୟାର ସମାଧାନ ହେବ। ରିଅଲ୍ ଇଷ୍ଟେଟ୍ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବ ଓ ଭଲଲାଭ ପାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।