ମେଷ:-ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-କର୍ତ୍ତବ୍ୟ ପରାୟଣତା ପ୍ରଦର୍ଶନ କରି ଉପରିସ୍ଥଙ୍କ ଶ୍ରଦ୍ଧାର ପାତ୍ର ହେବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ ଓ ସାକ୍ଷାତ୍କାରରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ଓ ନିଜର ମାନସମ୍ମାନ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।
ମିଥୁନ:-ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟରରେ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-କାମ-କାର୍ଯ୍ୟର ଦାୟିତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କଷ୍ଟକର ହେବ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ରାଜନୈତିକ କ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରେମ ରୋମାନ୍ସରେ ଆନନ୍ଦିତ ହେବେ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପନେଇ ଆଶାତୀତ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ସାମାଜିକ କ୍ଷେତ୍ରରେ ଭାଗ ନେଇ ସରକାରୀ ସାହାଯ୍ୟ ପାଇବାକୁ ଚେଷ୍ଟା କରିବେ। ଆକସ୍ମିକଧନ ପ୍ରାପ୍ତି ହେବ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ଜାଗା, ଜମି, ଗୃହ, ବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭହେବ। ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଆଦାୟ ହୋଇ ବହୁବିଧ ସୁଯୋଗ ଜୁଟିବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନବୃଦ୍ଧି, କର୍ମୋନ୍ନତି ଓ ଆର୍ଥିକ ଦିଗରୁ ପ୍ରବଳ ଉନ୍ନତି ଦେଖାଦେବ। ବାସସ୍ଥାନ ବା ଯାନବାହାନର ନବୀକରଣ କରିବାର ସୁଯୋଗପାଇବେ। ଯାତ୍ରାରେ ସଫଳତା ପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟରରେ ଉନ୍ନତି ହେବ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇ ଦିଅନ୍ତୁ।
ଧନୁ:-ଅଚାନକ ଭାବରେ ଦୂରଯାତ୍ରା କରିବେ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ। ଆଡମ୍ବରରେ ଆଗ୍ରହ ବଢିବ।ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ମାନସିକ ସ୍ଥିରତା ଓ ଶାରିରୀକ ସୁସ୍ଥତା ଯୋଗେ ଆନନ୍ଦିତ ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନପନ୍ଥା ଅନୁସରଣ କଲେ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କୁମ୍ଭ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ଠାରୁ ପ୍ରଶଂସା ପାଇବେ। ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଭଲଲାଭ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ପ୍ରତିକାର- ନୀଳ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ମୀନ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ନୂତନ କର୍ମସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧିହେବ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ କର୍ମୋନ୍ନତି ହେବାସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭକରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।