ଦୈନିକ ରାଶିଫଳ: 08 ଜୁଲାଇ 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ମାନସିକ ସୁସ୍ଥତା ଅନୁଭବ କରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନାରେ ସଫଳହେବେ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ। ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ଆଶୀର୍ବାଦ ମିଳିବ। ଆତ୍ମବିଶ୍ଵାସରେ ବୃଦ୍ଧି ହେବ। କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ। ବ୍ୟାପାର ଓ କାରବାରରେ ବହୁତ ଲାଭ ପାଇବାର ଯୋଗଅଛି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ରାଜନୀତି କ୍ଷେତ୍ରରେ ଜଡିତ ଥିବା ଲୋକମାନଙ୍କ ପାଇଁ ସମୟ ବହୁତ ଭଲ ରହିବ। ପରିବାରର ସଦସ୍ୟଙ୍କ ସହିତ ହାସ ପରିହାସ ଓ ମନୋରଞ୍ଜନର ଆନନ୍ଦ ଉପଭୋଗ କରିବେ। ଆର୍ଥିକ ଚିନ୍ତା କରନ୍ତୁ ନାହିଁ, କିନ୍ତୁ ଅଯଥା ଖର୍ଚ୍ଚ ପ୍ରତି ସାବଧାନ ରୁହନ୍ତୁ। ଆପଣଙ୍କର ଅପ୍ରୀତିକର କଥାବାର୍ତ୍ତାରେ ଲୋକମାନେ ବିରକ୍ତ ହୋଇପାରନ୍ତି। ଅପରିଚିତ ଲୋକମାନଙ୍କୁ ଅଧିକ ବିଶ୍ଵାସ କରନ୍ତୁ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

କର୍କଟ:-ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ। ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ନୂଆ କୌଶଳ ଶିଖିବାର ସୁଯୋଗ ପାଇବେ। ପରିବାରରେ ସମୃଦ୍ଧତା ଓ ସନ୍ତୁଷ୍ଟିର ପରିବେଶ ରହିବ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

ସିଂହ:-ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଫଳରେ ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ଗୃହପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ। ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ସଫଳତା ପାଇବେ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବା ସହ ସମ୍ମାନର ଆଧିକାରି ହେବେ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ବ୍ୟବସାୟରେ ଉନ୍ନତି ହେବାସହ ପ୍ରଚୁର ଆର୍ଥଲାଭ ହେବ। ପରୋପକାର କରି ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରିବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-ଆକସ୍ମିକ ଅର୍ଥ ପାଇବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ପାରିବାରିକ ଜୀବନ ସୁଖରେ କଟିବ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିବାରେ ସଫଳ ହେବେ। ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଆର୍ଥିକ ଦିଗର ଅଭିବୃଦ୍ଧି ହେବ। ବନ୍ଧୁଙ୍କ ଠାରୁ ସୁବିଧା ସୁଯୋଗ ପାଇ ଖୁସିହେବେ। ସନ୍ତାନ ସନ୍ତତିଙ୍କ ଖୁସିରେ ଆନନ୍ଦିତ ହେବେ। ଖାଦ୍ୟଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ହେବ। ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହେବେ। କୃତକର୍ମ ନିମନ୍ତେ ପ୍ରତିଷ୍ଠାଲାଭ କରିବେ। ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ମୂଲ୍ୟବାନ ପଦାର୍ଥ କ୍ରୟ କରି ପାରନ୍ତି। ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ହେବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ସନ୍ତାନ ଭଳି ଦ୍ରବ୍ୟ ଲାଭ ହେବ। ପୁତ୍ର କନ୍ୟାମାନଙ୍କର ଅଗ୍ରଗତି ଘଟିବ। ଦୃଢ ମନୋବଳରେ ଆଗେଇ ପାରିବେ।ପାରିବାରିକ ସମସ୍ୟା ଚିନ୍ତାର କାରଣ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶାରିରୀକ ଅସୁସ୍ଥତା ଦୂରହେବ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରିବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନିଜର ଯୋଜନା ମୁତାବକ କାମକରିବେ। କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଜମିଜମା ସଙ୍କ୍ରାନ୍ତରେ ସଫଳତା ମିଳିବ। ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଜନ କଲ୍ୟାଣକାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଅଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ଯଶକୀର୍ତ୍ତୀ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ନୂତନ ବସ୍ତ୍ରଭୂଷଣ ଆଦି ଲାଭ ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ପୁରାତନ ସମସ୍ୟାର ସମାଧାନ ହେବ। ପୁରାତନ ରୋଗ ଦୂରେଇଯିବ। କୌଣସି ପ୍ରତିଷ୍ଠିତ ରାଜନେତାଙ୍କ ସହ ସାକ୍ଷାତ କରି ଅଟକୁଥିବା କାର୍ଯ୍ୟକୁ ପୂରଣ କରିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!