ମେଷ:-ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।
ବୃଷ:-ନୂତନ ଉଦ୍ୟୋଗ ଆରମ୍ଭ କରିବା ଫଳରେ ନିଜର ଦକ୍ଷତା ବୃଦ୍ଧି ପାଇବ। ଗୋଷ୍ଠୀ କାର୍ଯ୍ୟରେ ଅଂଶଗ୍ରହଣ କରି, ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ। ଅଦାଲତ ସଂପର୍କରେ ଆପଣ ନିଶ୍ଚିତ ଭାବରେ ସଫଳତା ପାଇବେ। ସହଭାଗୀତା ବ୍ୟବସାୟରେ ଆପଣ ଭଲ ଲାଭ ପାଇବେ। ଲୋକମାନେ ଆପଣଙ୍କ ନେତୃତ୍ୱ ଓ ଦକ୍ଷତାକୁ ପ୍ରଶଂସା କରିବେ। ପିଲାମାନେ କ୍ୟାରିଅରରେ ଭଲ ଲାଭ ପାଇ ନିଜକୁ ଗର୍ବିତ ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମିଥୁନ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଆନନ୍ଦିତ ରହିବେ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ ଓ ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ। ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କର୍କଟ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ସିଂହ:-ଶତୃ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଶାରୀରିକ କଷ୍ଟ ଦୂରେଇ ଯିବ ଓ ସରକାରୀ ସାହାଯ୍ୟ ମିଳିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ। ସନ୍ତାନ ମାନଙ୍କର ଉନ୍ନତି ହେବା ସହ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କନ୍ୟା:-ଶତୃମାନେ ପରାଜିତ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବା ସହ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବା ସହ ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ବଢ଼ିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ତୁଳା:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବା ସହ ସମସ୍ତ ବ୍ୟବସାୟରେ ଆୟ ବୃଦ୍ଧି ହେବ। ଶତ୍ରୁମାନେ ମଥାନତ କରିବେ ଓ କର୍ମକ୍ଷେତ୍ରରେ ସହକର୍ମୀଙ୍କ ଯୋଗେ ଶାନ୍ତି ମିଳିବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହୋଇ ଉଚ୍ଚଆଶା ସଫଳ ହେବ। ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବା ସହ ସୁଖ ଶାନ୍ତିରେ ଦିନଟି କାଟିବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ବିଚ୍ଛା:-ଭାଇ ମିତ୍ରଙ୍କଠାରୁ ସହଯୋଗ ପାଇ ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। କଷ୍ଟସାଧ୍ୟ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ରାଜନୀତିରେ ମାନହାନୀ ହେବା ସହ ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ ରହିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ କାର୍ଯ୍ୟରେ ସ୍ଥିରତା ଆସିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳି ଯିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ପ୍ରସାର ପ୍ରଚାର କରି ଉତ୍ତମ ରୋଜଗାର କରିପାରିବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରତିକାର-ତୁଳସୀ ମୂଳର ମାଟି ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ମକର:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ପ୍ରଶଂସିତ ହେବେ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ କରିବାର ସୁଯୋଗ ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ମୀନ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଖାଇବା ପିଇବା ଠିକ୍ ରହିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମ ହେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।