ମେଷ:-ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ। ଅନେକ କ୍ଷେତ୍ରରେ ଦୋଦୁଲ୍ୟମାନ ପରିସ୍ଥିତି ସୃଷ୍ଟି ହେବ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର ଦ୍ୱାରା ବାଧା ଦୂର ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ରାଜନୀତିରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ଟଙ୍କାର ଆବଶ୍ୟକତା ପୂରଣ ହୋଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପାରିବାରିକ କ୍ଷେତ୍ରରେ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ସୁଖସମୃଦ୍ଧି ପ୍ରତି ବାଧାବିଘ୍ନ ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହେବ। ବ୍ୟବସାୟ କ୍ଷେତ୍ରରେ ବାଧା ଉପୁଜିବ। ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ମିଥୁନ:-ମାଆବାପାଙ୍କ ଠାରୁ ସହଯୋଗ ମିଳିବ। ଆମୋଦ ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ବ୍ୟବସାୟିକ କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କର୍କଟ:-ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ଦୂରସ୍ଥାନକୁ ଯିବାକୁ ପଡିପାରେ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳି ପାରେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ମାନସିକ ଶାନ୍ତି ମିଳିବା ସହ ଧନ ପ୍ରାପ୍ତି ହେବ। ରାଜନୀତିରେ ଫାଇଦା ଉଠାଇବେ। ପରିବାରର ସାହାଯ୍ୟରେ ବିଶେଷ ଉପକୃତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ରୋଗ ଓ ଋଣର ଶୀକାର ହୋଇ ପାରନ୍ତି। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ସମାଜରେ ପଦ ପଦବୀ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକା ମାନେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ମାଆଙ୍କ ପକ୍ଷରୁ ସହଯୋଗ ମିଳିବ। ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ତୁଳା:-ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। ବ୍ୟବସାୟରେ ସ୍ୱଳ୍ପ ଲାଭ ହେବ। ଛାତ୍ରଛାତ୍ରୀମାନେ ବିିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖ କର୍ମମୁଖରତା ଯୋଗେ ବିଚ୍ଛିନ୍ନ ହୋଇପଡ଼ିବ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମକର:-ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
କୁମ୍ଭ:-ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ଧନର ଆଗମନ ହୋଇପାରେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
