ଦୈନିକ ରାଶିଫଳ: 17 ଜୁନ 2025, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଆଶା ଆକାଂକ୍ଷା ପୂର୍ଣ୍ଣହେବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ପରିବା ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଆଶା ଆକାଂକ୍ଷା ପୂର୍ଣ୍ଣହେବ। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟରେ ଉନ୍ନତି ହେବା ସହ ଆଶାନୁରୂପ ଲାଭ ପାଇବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇଯିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ନୂତନ କାର୍ଯ୍ୟାରମ୍ଭ କଲେ ଭୂଲରେ ଅଧିକ ଖର୍ଚ୍ଚାନ୍ତ ହୋଇ ପାରନ୍ତି ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ ରାଜନୀତି କ୍ଷେତ୍ରରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ ବ୍ୟବସାୟମାନେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରାର ସୁଯୋଗ ପାଇବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ।

କନ୍ୟା:-ଶାରୀରିକ କଷ୍ଟ ଦୂରେଇ ଯିବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଦୂରଯାତ୍ରା କରି ବ୍ୟବସାୟରେ ସଫଳତା ପାଇବେ। ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ତୁଳା:-ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରିବେ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଗୃହୋପକରଣ କ୍ରୟ କରିବେ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

ଧନୁ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତିର ସୁଯୋଗ ପାଇ ପାରନ୍ତି। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ମକର:-ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ କଲେ ବିପଦରେ ପଡିବେ। ଧଳା ଓ କଳାରଙ୍ଗର ଗାଡ଼ିଥିଲେ ଗାଡ଼ିରେ ଗୋଟିଏ ପଇଡ଼ରଖି ଯାତ୍ରା କରନ୍ତୁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ସମ୍ପତ୍ତି କ୍ରୟ କରିବେ। ସାଂସାରିକ ଜୀବନ ସୁଖମୟ ହେବ। ଧାର୍ମିକକାର୍ଯ୍ୟରେ ରୁଚି ବଢ଼ିବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ମୀନ:-କର୍ମକ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ଯାତ୍ରାର କାର୍ଯ୍ୟକ୍ରମ ବଦଳି ଯିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ