ଦୈନିକ ରାଶିଫଳ: 18 ଜୁଲାଇ 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଗୃହ କାର୍ଯ୍ୟରେ ସେବକ ମାନଙ୍କ ସାହାଯ୍ୟ ମିଳିବା ଯୋଗେ ପରିବାରରେ ସୁଖ ଶାନ୍ତି ଦେଖା ଦବ। ପଡୋଶୀମାନେ ଆପଣଙ୍କ ଉପରେ ଖୁସି ରହିବେ। ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ଦେଖା ଦବ। ସମାଜରେ ଆପଣଙ୍କର ମାନ ସମ୍ମାନ ବଢିବ। ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦେଖା ଦେଇପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲିକ୍ଷିତ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ନିଜଲୋକ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ଯାନ ବାହନ ସୁଖ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ସରକାରୀ ଚାକିରୀ କ୍ଷେତ୍ରରେ ଏକ ବଡ ଦାୟିତ୍ୱ ମିଳିପାରେ। ଦୂରଯାତ୍ରା କରିବାର ସମ୍ଭାବନା ଅଛି। ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ବଡ଼ ଭାଇ ଭଉଣୀଙ୍କର ସହଯୋଗ ମିଳିବା ସହ ଜୀବନସାଥୀଙ୍କ ସହିତ ସମ୍ପର୍କ ମଜବୁତ୍‌ ହେବ। କିଛି ନୂଆ କାର୍ଯ୍ୟ କରିବା ପାଇଁ ଉତ୍ସାହ ରହିବ। ରାଜନୀତି କ୍ଷେତ୍ରରେ ଉଚ୍ଚପଦ ପଦବୀ ପ୍ରାପ୍ତି ହେବ। ବିଗିଡି ଯାଇଥିବା ସମ୍ପର୍କରେ ସୁଧାର ଆଣିପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶରୀର ସୁସ୍ଥ ରହିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ପାରିବାରିକ ଜୀବନରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ଯେଉଁ କାର୍ଯ୍ୟ ହାତକୁ ନେବେ ତାହା ପୂରଣ କରିପାରିବେ। ଅନ୍ୟମାନଙ୍କ ପରାମର୍ଶରେ ନିଜର ସ୍ୱଭାବକୁ ପରିବର୍ତ୍ତନ କରି ପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଶତୃଙ୍କ ସହିତ ମୁକାବିଲା କରିପାରିବେ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ବ୍ୟବସାୟିକ କ୍ଷେତ୍ରରେ ସଫଳତା ମିଳିବା ସହ ବକେୟା ଅର୍ଥ କିଛି ଆଦାୟ ହୋଇପାରେ। ଆୟ ଉପାର୍ଜ୍ଜନ ଅପରିବର୍ତ୍ତିତ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧିହେବ। ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି ଶୃଙ୍ଖଳା ବଜାୟ ରଖିବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଉଚିତ ପନ୍ଥା ଗ୍ରହଣ କରି କାର୍ଯ୍ୟକ୍ଷେତ୍ରରେ ସଫଳତା ପୂର୍ବକ ସମସ୍ୟାର ସମାଧାନ କରି ପାରିବେ ଓ କର୍ମଚାରୀମାନେ ପ୍ରଶଂସିତ ହେବେ। ରାଜନୀତିରେ ବରିଷ୍ଠ ଅଧିକାରୀଙ୍କଠାରୁ ପ୍ରଶଂସିତ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ନିଜ ଲୋକ ମନମୋଟିଆ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ନୂଆ ସମ୍ପର୍କରେ ଉନ୍ନତି ହେବା ସହ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ଦେଖା ଦେଇପାରେ ବା ରକ୍ତଚାପ, ମଧୁମେହ, ଉଦରପୀଡା ରୋଗରୁ ଉପସମ ମିଳିବ। ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ରାଜକୀୟ କାର୍ଯ୍ୟରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-ବାସସ୍ଥାନ ବା ଯାନବାହାନର ନବୀକରଣ କରିବାର ସୁଯୋଗ ପାଇବେ। ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ବଳୀୟାନ ହେବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେଇପାରେ। ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ। ଖାଦ୍ୟପେୟ ନିୟନ୍ତ୍ରଣ ନକଲେ ସ୍ୱାସ୍ଥ୍ୟରେ ଅବନତି ହେବ। ପୁରୁଣା ସମ୍ପର୍କରେ ତିକ୍ତତା ଆସିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ନୂତନ ସମ୍ବନ୍ଧ ସୃଷ୍ଟିହେବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର କରି ପାରନ୍ତି। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଆୟବୃଦ୍ଧି ହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯାଇ ପାରେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଦାମ୍ପତ୍ୟ କଳହ ମେଣ୍ଟିଯିବ କିନ୍ତୁ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶରୀର ସୁସ୍ଥ ରହିବ ଓ କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ ଓ ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ ଓ ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!