ମେଷ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ସରକାରୀ କର୍ମଚାରୀ ମାନଙ୍କର କର୍ମ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ। ବିଦ୍ୟାରେଉନ୍ନତି, କାର୍ଯ୍ୟରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ। ପ୍ରେମୀକ ପ୍ରେମିକାଙ୍କ ସମ୍ପର୍କରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବୃଷ:-ସମସ୍ତ ଚିନ୍ତା ଦୂର ହେବ। ନୂତନକାର୍ଯ୍ୟ ଆରମ୍ଭକରି ଉଦ୍ଵେଶ୍ୟ ପୂର୍ଣ୍ଣ କରି ପାରିବେ। କୌଣସି ଉତ୍ସାହ ବର୍ଦ୍ଧକ ସଂବାଦ ପାଇ ଖୁସି ହୋଇଯିବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ରାଜନୀତିରେ ଉନ୍ନତି ହେବ। ଭାଇ ଭଉଣୀଙ୍କ ସହିତ ସମ୍ପର୍କ ଅଧିକ ଶକ୍ତିଶାଳୀ ହେବ। କାମକାର୍ଯ୍ୟ ଓ ପାରିବାରିକ ଜୀବନରେ ସନ୍ତୁଳନ ବଜାୟ ରଖନ୍ତୁ। କ୍ୟାରିୟର ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରି ଧନ ଲାଭ ହେବାରୁ ମନ ଖୁସି ରହିବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
ମିଥୁନ:-ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। କୋର୍ଟ କଚେରୀରେ ସଫଳତା ମିଳିବ। ଶତୃ ଓ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ। ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ। ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।
ସିଂହ:-କୌଣସି ବିଚାରାଧୀନ ଯୋଜନାକୁ ପୁନର୍ବାର ଆରମ୍ଭ କରିବାରେ ସଫଳତା ମିଳିବ। ନିଜ ବ୍ୟକ୍ତିତ୍ୱର ବିକାଶ ହୋଇ ମାନସମ୍ମାନ ପ୍ରତିଷ୍ଠା ବୃଦ୍ଧି ପାଇବ। ଆପଣଙ୍କ ଆଖପାଖର ଲୋକମାନେ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ। ଟଙ୍କା ସମ୍ବନ୍ଧୀୟ ପ୍ରସଙ୍ଗରେ ଅବହେଳା କରିବା ଠିକ୍ ହେବ ନାହିଁ। ଲଭମେଟଙ୍କ ସହ ସମ୍ପର୍କରେ ସତେଜତା ରହିବ। ରାଜନୀତି ସହ ଜଡିତ ଲୋକମାଙ୍କର ମାନସମ୍ମାନ ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସାଧାରଣ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଥିବା ବ୍ୟକ୍ତି ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ତୁଳା:-କୌଶଳ ପ୍ରୟୋଗ କରି ନିଜର କାର୍ଯ୍ୟକୁ ବିସ୍ତାର କରିବାକୁ ସକ୍ଷମହେବା ଫଳରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ନୂତନ ବନ୍ଧୁ ସୃଷ୍ଟି ହୋଇ ପାରନ୍ତି। ପର୍ଯ୍ୟଟନ ବ୍ୟବସାୟ ସହିତ ଜଡିତ ଲୋକମାନେ ବଡ଼ ଧରଣର କାରବାର କରିପାରିବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ। ସହକର୍ମୀମାନେ ଆପଣଙ୍କୁ ପ୍ରତାରଣା କରିପାରନ୍ତି। ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ଶାରିରୀକ ସୁସ୍ଥତା ଦେଖା ଦେବ। ହରାଇ ଥିବା ଧନ ପ୍ରାପ୍ତି ହେବା ଫଳରେଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ। ସ୍ଥାନାନ୍ତର ହେବାକୁ ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। ବ୍ୟବସାୟ ସମ୍ବନ୍ଧିତ ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ନିଜର ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ଶିକ୍ଷା କିମ୍ବା ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଓ ମାନସିକ ସ୍ଥିରତା ଦେଖାଦେବ। କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଧାର୍ମିକ କାର୍ଯ୍ୟକ୍ଷେତ୍ରରେ ଅଂଶ ଗ୍ରହଣ କରିବା ଫଳରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।
ମକର:-ମିଷ୍ଠାନ୍ନ ଭୋଜନ, ଉଚ୍ଚ ଆଶା ପୂରଣ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କଲେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କୁମ୍ଭ:-ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ପ୍ରତିଦ୍ୱନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ, ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହେବା ସହ ଆର୍ଥିକ କ୍ଷେତ୍ରରେ ଅଚାନକ ପରିବର୍ତ୍ତନ ହେବ। ଗୁରୁତ୍ୱପୂର୍ଣ୍ଣ ପ୍ରୋଜେକ୍ଟରେ ଟଙ୍କା ନିବେଶ କରିପାରନ୍ତି। ଲୋକମାନଙ୍କୁ ସାହାଯ୍ୟ କରିବା ଦ୍ୱାରା ନିଜ ମନର ବୋଝ ଦୂର ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମୀନ:-ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ବନ୍ଧୁଙ୍କ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।