ଦୈନିକ ରାଶିଫଳ: 20 ଅକ୍ଟୋବର 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚଳିବା ହିତକର ହେବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ଘଟିବ। ନୂତନ ନିଯୁକ୍ତି ପାଇବାର ସୂଚନା ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ଠିକ୍ ଲୋକଙ୍କ ସହ ସାକ୍ଷାତ ଫଳରେ ଆୟ ବୃଦ୍ଧି ହେବ। କୋର୍ଟ କଚେରି ସମ୍ବନ୍ଧୀୟ ମାମଲା ସମାଧାନ ପରିବର୍ତ୍ତେ ଅସମାଧିତ ରହିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶାରୀରିକ ସୁସ୍ଥତା ଅନୁଭବ କରିବେ, ମାନସିକ ଦୁଶ୍ଚିନ୍ତା ଦୂର ହେବ, ଭୂମି, ଧନ, ଗୋମାତା ପ୍ରାପ୍ତି ହେବ, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, କର୍ମ କ୍ଷେତ୍ରରେ ପଦୋନ୍ନତି, ନୂତନ ବାହନ, ଗୃହ ଆଦି ଲାଭ ହେବ। ନୂତନ ନିଯୁକ୍ତିର ସୁଯୋଗ ପାଇବେ, କୌଣସି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ଲକ୍ଷ୍ମୀପ୍ରାପ୍ତି ହେବାର ବାଟ ଖୋଲିଯିବ। ସମସ୍ତ କାର୍ଯ୍ୟ ଶୁଭଫଳ ପ୍ରାପ୍ତି ହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଉଚ୍ଚଆଶା ସଫଳ ହେବ। ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆମଦାନୀ ରପ୍ତାନି ବ୍ୟବସାୟରେ ଲାଭଦାୟକ ହେବ। ପରିବାରରେ ମାନ ମନାନ୍ତର ଦୂର ହୋଇ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତି କ୍ଷେତ୍ରରେ ଉନ୍ନତି ହେବା ସହ ସକଳ କାର୍ଯ୍ୟରେ ସଫଳହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:-କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବେ। କର୍ମଚାରୀ ମାନେ ପଦୋନ୍ନତିର ସୂଚନା ପାଇବେ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ। ଅଧୁରା କାର୍ଯ୍ୟ ପୂରଣ ହେବ। ନୂଆ ଚାକିରୀ ମଧ୍ୟ ମିଳିପାରେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ସହଜ ସରଳରେ ହିଁ ସମ୍ପନ୍ନ ହେବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ପ୍ରତିକାର- ଧଳାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ସିଂହ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ପାଇବେ। ଶିକ୍ଷାର୍ଥୀମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଆୟରସ୍ରୋତ ଖୋଲିଯିବ। ରାଜନୈତିକ କ୍ଷେତ୍ରରେ ଆଶା ମୁତାବକ ଫଳ ପାଇବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

କନ୍ୟା:-ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନ ଯୋଗ ଦେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ରାଜନୈତିକ କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସନ୍ତାନର ଅଗ୍ରଗତି ଦ୍ୱାରା ଉତ୍ସାହିତ ହେବେ ସାମାଜିକ ସେବା ସହିତ ଜଡିତ ଲୋକମାନେ ସମ୍ମାନ ପାଇବେ।ଅନଲାଇନରେ ଘରର ଆବଶ୍ୟକତା ଦ୍ରବ୍ୟ କିଣି ପାରିବେ। ପୁରୁଣା କ୍ଷେତ୍ରରେ ଶୀଘ୍ର ସଫଳତା ପାଇବା ପାଇଁ ଚେଷ୍ଟା ଜାରି ରଖିବେ।ପାରିବାରିକ ଜୀବନ ଆନନ୍ଦମୟ ହେବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଭାଗୀଦାରି ବ୍ୟବସାୟରେ ଲାଭବାନ ହେବେ କିନ୍ତୁ କାହାରିକୁ ବିଶ୍ୱାସ ଭରସା ନକରିବା ଉଚିତ୍‌। ନିଜ ପରିଶ୍ରମ ଓ ବୁଦ୍ଧି ବଳରେ ଆୟର ସ୍ରୋତକୁ ବୃଦ୍ଧି କରିପାରିବେ। ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ। ପାରିବାରିକ, ଜମିବାଡ଼ି ସଂକ୍ରାନ୍ତୀୟ, ଧନସମ୍ପତ୍ତି ଏବଂ ଆତ୍ମୀୟ ଶତ୍ରୁତା ସହ ବ୍ୟତିବ୍ୟସ୍ତ ରହିବେ। ପୁରାତନରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ନୂତନ ଯୋଜନା ପ୍ରସ୍ତୁତ କରିଲେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେବ ଓ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-ବ୍ୟବସାୟ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ରାଜକୀୟ କାର୍ଯ୍ୟ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦ୍ୱରା ସଂପନ୍ନ ହେବ। ନିଜର ବୁଦ୍ଧି ବଳ ଦ୍ୱାରା କେତେକ କ୍ଷେତ୍ରରେ ଚାରିଗୁଣ ଲାଭ ପାଇବେ। ଧନାର୍ଜନ କ୍ଷମତାରେ ପରିବର୍ତ୍ତନ ହେବ। ବିଦ୍ୟାକ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଅଧ୍ୟୟନରେ ବାଧା ଉପୁଜିଲେ ମଧ୍ୟ ସମ୍ମାନର ଆଧିକାରୀ ହୋଇ ପାରିବେ। ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ପୀଡାପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ମିଷ୍ଠାନ୍ନ ଭୋଜନ, ଉଚ୍ଚ ଆଶା ପୂରଣ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କଲେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!