ମେଷ:-ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପାରିବାରିକ ଜୀବନରେ ଶାନ୍ତି ପାଇବା ସହ ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ ଧନ ଲାଭ ହେବାରୁ ମନ ଖୁସି ରହିବ ଓ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ହେବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ଦୂରଯାତ୍ରାରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର-ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
କର୍କଟ:-ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବାସହ ବାସଗୃହ ଜାଗା, ଜମି, ଗୃହପୋକରଣ କ୍ରୟ କରିପାରିବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ସିଂହ:-କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ଶତୃମାନେ ଦୂରେଇ ଯିବେ। ମାନସିକ ଶାନ୍ତି ମିଳିବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ କରିପାରିବେ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ।ରାଜନୀତିରେ ଉନ୍ନତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ବିଚ୍ଛା:-ପ୍ରମୋଶନ ସୂଚନାପାଇ ଖୁସି ହେବେ ଓ କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଦୂରଯାତ୍ରାର ସୁଯୋଗ ପାଇବେ।ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ଧନୁ:-ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମକର:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ରାଜନୀତିରେ ଉନ୍ନତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ସାମାଜିକ ପତିଆରା ଅମଳିନ ରହିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ି ପାରେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ପ୍ରତିକାର:-ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।