ମେଷ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ବନ୍ଧୁମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ। ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶିକ୍ଷା କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ଉପକୃତ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
ମିଥୁନ:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ। ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କର୍କଟ:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବା ଫଳରେ କର୍ମକ୍ଷେତ୍ରରେ ଚତୁରତାସହ କାମ ହାସଲ କରିବେ। ପିଲାମାନେ ପରୀକ୍ଷାରେ ସଫଳତା ପାଇବେ। ମାନସିକ ବୌଦ୍ଧିକ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ସମୟ ପ୍ରତିକୂଳ ଯୋଗେ କାର୍ଯ୍ୟ ପୁରଣରେ ବିଳମ୍ବ ହୋଇପାରେ। ପ୍ରେମିକ ପ୍ରେମିକାମାନେ ମନୋ ରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ ପାରନ୍ତି। ପ୍ରତିକାର-ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ସିଂହ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବାସହ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧିହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବିଭାଗୀୟ ପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମ ନିଯୁକ୍ତିରେ ସଫଳତା ପାଇ ପାରନ୍ତି। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖା ଦେଇପାରେ ବା ରକ୍ତଚାପ, ମଧୁମେହ, ଉଦରପୀଡା ରୋଗରୁ ଉପସମ ମିଳିବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ତୁଳା:-କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡି ପାରେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ବିଚ୍ଛା:-କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଫଳରେ ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ଜାଗା, ଜମି, ଗୃହ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କଲେ ସଫଳ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ଧନୁ:-କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ସାଧାରଣ ଲୋକମାନଙ୍କୁ ସାହାଯ୍ୟ କରିବା ଫଳରେ ସମ୍ମାନୀତ ହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବନ୍ଧୁ ବାନ୍ଧବଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ରାଜନୈତିକ କ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ସହଯୋଗୀମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପରିବାରରେ ମାନ ମନାନ୍ତର ଦୂର ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସ୍ଵନାମ ଅର୍ଜନ କରି ପାରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
