ଦୈନିକ ରାଶିଫଳ: 23 ଅଗଷ୍ଟ 2025, ଶନିଦେବଙ୍କ କୃପାରୁ ଆଜି ଏହି 4 ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷା କିମ୍ବା ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଓ ମାନସିକ ସ୍ଥିରତା ଦେଖାଦେବ। କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଧାର୍ମିକ କାର୍ଯ୍ୟକ୍ଷେତ୍ରରେ ଅଂଶ ଗ୍ରହଣ କରିବା ଫଳରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ ଓ ମାନସିକ ଅଶାନ୍ତି ଦୂର ହେବ। ଅଳ୍ପ ଦୂରତା ଯାତ୍ରା କରିବାର ସମ୍ଭାବନା ଅଛି। କର୍ମକ୍ଷେତ୍ରରେ ଯଶ ବଢିବ। ପୈତୃକ ବ୍ୟବସାୟରେ ଉନ୍ନତି ହେବ। ପୂର୍ବରୁ କରିଥିବା ପରିଶ୍ରମର ଫଳ ସ୍ୱରୂପ ଉପଯୁକ୍ତ ପରିଣାମ ମିଳିପାରେ। ଅଟକିଥିବା ଅର୍ଥ ପ୍ରାପ୍ତି ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରିବେ ଓ ସଫଳତା ପ୍ରାପ୍ତି ହେବ। ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଆଚାର ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ନୂଆ ଚାକିରୀ ମଧ୍ୟ ମିଳିପାରେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଭବିଷ୍ୟତକୁ ଚିନ୍ତା କରି ନିଜ କ୍ୟାରିୟର ପାଇଁ ଯୋଜନା କରିବେ। ବୌଦ୍ଧିକ ଆଲୋଚନାରେ ଭାଗ ନେଇପାରନ୍ତି। ପ୍ରୋଫେଶନାଲ ମାମଲାକୁ ନେଇ ଭାଗ୍ୟବାନ ହେବେ। ଏକାଥରକେ ଅନେକ ଚିନ୍ତାଧାରାରେ ହତାଶ ହୁଅନ୍ତୁ ନାହିଁ। ବ୍ୟବସାୟ କ୍ଷେତ୍ରରେ ବାଧା ଉପୁଜିବା ସହ ଶତୃ ବୃଦ୍ଧି ହୋଇ ପାରନ୍ତି। ନିଜର କ୍ରୋଧଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତିକ୍ଷେତ୍ରରେ ବିଫଳହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଜାଗାଜମି, ଗୃହ ଉପକରଣ କ୍ରୟ କରିବେ। ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ। କିଛି ନୂତନ କର୍ମ ଆରମ୍ଭ କଲେ ସମ୍ପର୍କୀୟଙ୍କଠାରୁ ପ୍ରଶଂସା ପାଇବେ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ଧନୁ:-ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ବିଦ୍ୟାରେ ଉନ୍ନତି କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶତୃମାନେ ଦୂରେଇ ଯିବେ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର:-ସାମାଜିକ ଜୀବନରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ। ମାନସମ୍ମାନ ବୃଦ୍ଧି, ବିଦ୍ୟାରେ ଉନ୍ନତି, ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ। ଧନ ଆଗମନର ନୂତନସ୍ରୋତ ଖୋଲିଯିବ। ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ମାଆବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ସାମାଜିକ ପ୍ରତିଷ୍ଠା ଓ ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ