ମେଷ:-କର୍ମକ୍ଷେତ୍ରରେ ଶୁଭ ସମାଚାର ଶୁଣି ଶାନ୍ତି ଦେଖା ଦେବ। ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ କରିଥିବା ପ୍ରୟାସରେ ସଫଳତା ପାଇବେ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ବ୍ୟାପାର ବା କାରବାରରେ ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ବ୍ୟବସାୟରେ କର୍ମଚାରୀ ମାନଙ୍କର ସହଯୋଗ ପାଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ କରିବା ପାଇଁ ସୁଯୋଗ ପାଇବେ। ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୀତି କ୍ଷେତ୍ରରେ ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ମିଥୁନ:-ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଛାତ୍ରଛାତ୍ରୀ ମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବାସହ ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ବାଧ୍ୟ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସରକାରୀ କାର୍ଯ୍ୟରେ ସଫଳତା ମିଳିବାସହ ବିଦେଶ ଯାତ୍ରାରେ ଲାଭବାନ୍ ହେବେ। ଜନସେବାଦ୍ଵାରା ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟଲାଭ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ସିଂହ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ରାଜନୀତି କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ଦାମ୍ପତ୍ୟ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବାସହ ମାନସିକ ଶାନ୍ତିପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇପାରନ୍ତି। ପ୍ରତିକାର:-ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ତୁଳା:-କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବା ସହ ଆବଶ୍ୟକସ୍ଥଳେ ସହଯୋଗ ମଧ୍ୟ ପାଇବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବାକୁ ପଡିପାରେ। ପ୍ରତ୍ୟେକ କ୍ଷେତ୍ରରେ ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ଆତ୍ମୀୟମାନେ ବିଶ୍ୱାସଘାତକତା କରି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ଶରୀର ସୁସ୍ଥ ରହିବାସହ ବିରୋଧୀ ମାନଙ୍କ ମୁଣ୍ଡ ତଳକୁ ହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସୁଖ ଶାନ୍ତିମିଳିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ ଆଦି ଲାଭହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
ମକର:-ପ୍ରେମପ୍ରସଙ୍ଗରେ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ସହଯୋଗ ଯୋଗୁ ସୁନାମ ଅର୍ଜନ କରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରତିକାର- ନୀଳରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ମୀନ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରି ଯାଇ ମାନସିକସ୍ଥିତି ଭଲ ରହିବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ସାର୍ବଜନୀନ ଓ ବ୍ୟକ୍ତିଗତ ସମ୍ପର୍କରେ ବିକଶିତ ହେବାସହ ଆତ୍ମନିର୍ଭର ଶୀଳ ହେବେ। କାରବାରରେ ସ୍ଥିତି ଠିକ୍ ରହିବାଯୋଗେ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।