ଦୈନିକ ରାଶିଫଳ: 25 ଅଗଷ୍ଟ 2025, ମହାଦେବଙ୍କ କୃପାରୁ ଆଜି 4 ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ରାଜକୀୟ ମାମଲାରେ ସଫଳତା ମିଳିବ। ଦୂରଯାତ୍ରା କରି ମନ ଖୁସି ରହିବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ନିଜ ପରିଶ୍ରମରେ ସଫଳତା ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ପୁରାତନ ମିତ୍ରଙ୍କ ସାହାଯ୍ୟରେ ବ୍ୟବସାୟରେ ପ୍ରଚୁର ଲାଭ ହେବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ମାନସିକ ଓ ଶାରୀରିକ ସ୍ତରରେ ସନ୍ତୁଷ୍ଟ ରହିବେ। କମ୍ ପରିଶ୍ରମ କରି ଅଧିକ ଲାଭ ପାଇବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଖାଦ୍ୟପେୟ ନିୟନ୍ତ୍ରଣ ନକଲେ ସ୍ୱାସ୍ଥ୍ୟରେ ଅବନତି ହୋଇପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଧାର୍ମିକ କାର୍ଯ୍ୟରେ ମନ ଲଗାଇବେ। ସମାଜର ଗୁରୁତ୍ଵପୂର୍ଣ୍ଣ ଲୋକଙ୍କ ସହିତ ଆପଣଙ୍କର ସମ୍ପର୍କ ମଜବୁତ ହେବ। ଗୁରୁଜନଙ୍କ ମାର୍ଗଦର୍ଶନ ହେତୁ କର୍ମକ୍ଷେତ୍ରରେ ଲାଭ ମିଳିବ। ଅଚଳ ସମ୍ପତ୍ତି କିଣି ପାରିବେ। ସବୁ କ୍ଷେତ୍ରରେ ଶୁଭଫଳ ମିଳିବ। ବ୍ୟବସାୟରେ ଗ୍ରାହକ ମାନଙ୍କ ସହିତ ସମ୍ପର୍କ ଭଲ ରହିବ। ପ୍ରେମୀକ ପ୍ରେମିକାମାନଙ୍କ ବିବାହ କରିବା ପାଇଁ ପ୍ରସ୍ତାବ ଆସିବ। ନିଜକୁ ଦୁର୍ବଳ ଓ ଅସହାୟ ମନେ କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଘରଲୋକଙ୍କୁ ବିଶ୍ଵାସ କରି ପରଲୋକଙ୍କୁ ଅବିଶ୍ଵାସ କଲେ ହଇରାଣରେ ପଡିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ ତେଣୁ ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ଆସିବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ବ୍ୟବସାୟରେ ଉତ୍ତମ ଲାଭ ପ୍ରାପ୍ତି ହେବା ସହ ବେଶ୍ ଦୁଇ ପଇସା ରୋଜଗାର ହୋଇ ପାରିବ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ପୂର୍ଣ୍ଣସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମକ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଯେ କୌଣସି ସ୍ଥାନରେ ବଡ଼ ଧରଣର ନିବେଶ କରନ୍ତୁ ନାହିଁ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଦେଖା ଦେଇ ପାରେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମକର:-ରାଜନୈତିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପାରେ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶତୃମାନେ ଦୂରେଇ ଯିବେ ଓ ମିତ୍ରଭାବ ଆଚରଣ କରିବେ। ରାଜନୀତିକ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଅକ୍ଷୂର୍ଣ୍ଣ ରହିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମୀନ:-ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହୋଇ ଆର୍ଥିକସ୍ଥିତି ମଜବୁତ୍ ହେବ। ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବା ସହ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ