ମେଷ:-ସ୍ୱାସ୍ଥ୍ୟରେ ସୁଧାର ଆସିବ। ସବୁଥିରେ ସଫଳତା ମିଳିବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ମିଥୁନ:-ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଯାଇଥିବା କର୍ମ ସଜାଡି ହେବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
କନ୍ୟା:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। କର୍ମକ୍ଷେତ୍ରରେ ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍।ଆଧ୍ୟାତ୍ମିକ ଊର୍ଜାରେ ମନ ଓତପ୍ରୋତ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-ଅସହାୟା ଲୋକଙ୍କୁ ସାହାରା ହେବେ ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପାରିବାରିକ ଜୀବନରେ ସାମାନ୍ୟ ସୁଧାର ଆସିବ। ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ସନ୍ତାନ ଯୋଗେ ଆନନ୍ଦିତ ହେବେ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମକର:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଉତ୍ସାହିତ ହେବେ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଆର୍ଥିକ ସାହାଯ୍ୟ ମିଳିବା ଯୋଗେ ସମୟ ଆନନ୍ଦମୟ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ବ୍ୟବସାୟୀମାନଙ୍କର କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଶମାନ ବୃଦ୍ଧିହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।