ମେଷ:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ରାଜନୀତିରେ ସାମାଜିକ ପତିଆରା ଅମଳିନ ରହିବ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ ଓ ପରିବାରରେ ସୁଖ ଶାନ୍ତି ବାତାବରଣ ବଜାୟ ରହିବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ଯୋଜନା ମୁତାବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। କଳା, ସାହିତ୍ୟ ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସଜାରି ରଖିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବା ସହ ବଡପଣିଆ ଦେଖାଇଲେ ନିନ୍ଦିତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବା ସହ କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ପ୍ରଶଂସା ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-କର୍ମକ୍ଷେତ୍ରରେ ଉଚିତ୍ ପନ୍ଥା ଗ୍ରହଣ କରିବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ପାଇ କର୍ମଚାରୀ ମାନେ ଉନ୍ନତି କରିପାରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କୌଣସି କାମପ୍ରତି ମନ ଲାଗିବ ନାହିଁ ତେଣୁ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ନୈତିକତା ହିସାବରୁ ଆପଣ ବହୁତ ଉପକୃତ ହେବେ। ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟରେ ପରିଶ୍ରମର ପୁରା ଲାଭ ମିଳିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ବିଚ୍ଛା:-ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ବା ପ୍ରଶଂସା ମିଳି ପାରେ। ନୂଆ ଜ୍ଞାନର ବୃଦ୍ଧି ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।
ଧନୁ:-କର୍ମୋନ୍ନତିର ସୂଚନା ପାଇବା ସହ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଶତୃନାଶ, ଋଣନାଶ ଓ ପରିଚାଳନାଗତ ସମସ୍ୟା ସମାଧାନ ହେବ। ଶୁଭ ସମାଚାର ପାଇ ମନ ଖୁସି ହେବ। ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ। କାର୍ଯ୍ୟ।ଳୟରେ କରିଥିବା କାମର ଶୁଭ ସୂଚନା ପାଇ ଶାନ୍ତି ପାଇବେ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।
ମକର:-ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ସମସ୍ତ ଚେଷ୍ଟା ସଫଳ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କୁମ୍ଭ:-ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ। କୌଣସି ଶୁଭ ସମାଚାର ଶୁଣି ହସ ଖୁସିରେ ସମୟ ବ୍ୟତୀତ ହେବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ରାଜନୀତି କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କରିବେ। କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢିପାରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ମୀନ:-ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଶାରିରୀକ ଅସୁସ୍ଥତା ଦୂର ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
