ଦୈନିକ ରାଶିଫଳ: 30 ମଇ 2025, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି 5 ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ କାର୍ଯ୍ୟରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ମନ ଓ ଶରୀର ଭଲ ରହିବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଛାତ୍ରଛାତ୍ରୀମାନଙ୍କର ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟରେ ଯେତେ ଜଟିଳ ସମସ୍ୟା ଦେଖାଦେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶତୃମାନେ ପରାଜିତ ହେବେ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପାଠପଢ଼ାରେ ମନଯୋଗ ଦେବେ। ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ କଷ୍ଟ ଅନୁଭବ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ପୁରାତନ ରୋଗର ଉପସମ ହେବା ସହ ବନ୍ଧୁ ସମାଗମ ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସାମାଜିକ ସ୍ତରରେ ସମ୍ମାନ ଲାଭ ହେବାସହ କିଛି ଧନ ସମ୍ପତ୍ତି ପାଇବାର ଯୋଗ ମଧ୍ୟ ଅଛି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ବ୍ୟବସାୟରେ ପ୍ରଚୁର ଲାଭ କରି ପାରିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ପାଇପାରନ୍ତି। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଜାଗା, ଜମି, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-ଶରୀର ସୁସ୍ଥ ରହିବାସହ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ଛାତ୍ର-ଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇ ଜନସେବାରେ ନିଜକୁ ନିୟୋଜିତ କରିବେ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ଉଚ୍ଚଆଶା ସଫଳ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଅଚାନକ ଉନ୍ନତି ହେବ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ନୂତନଜାଗାର ନିମନ୍ତ୍ରଣ ଆସିବ। ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ପରିସ୍ଥିତିର ସମ୍ମୁଖୀନ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ପାଇବେ। ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବାସହ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ସହ ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଶତୃ ବା ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସଭା ସମିତିରେ ନୂଆ ପୁରୁଣା ପାର୍ଥକ୍ୟ ବିଷୟରେ ଆଲୋଚନା କରିବା ଫଳରେ ଆପଣଙ୍କ ଭାଷଣଶୁଣି ଲୋକମାନେ ପ୍ରଭାବିତ ହେବେ। ଉଚ୍ଚଶିକ୍ଷା ପାଇଁ ଇଞ୍ଜିନିୟରିଂ ଛାତ୍ରମାନେ ଉତ୍କୃଷ୍ଟ ସୁଯୋଗ ପାଇ ପାରିବେ। ଅର୍ଥ ସମ୍ପର୍କିତ ସମସ୍ୟାର ଶୀଘ୍ର ନିଷ୍ପତ୍ତି ନେଲେ ନୂତନ ବ୍ୟବସାୟର ସୁଯୋଗ ପାଇପାରିବେ। ପ୍ରଭାବଶାଳୀ ଲୋକଙ୍କ ଠାରୁ ଉଚିତ୍ ପରାମର୍ଶ ନେଇ କର୍ମ କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-କର୍ମଚାରୀ ମାନଙ୍କ ପାଇଁ କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବା ଫଳରେ କୌଣସି ଅସୁବିଧା ହେବନାହିଁ। କିନ୍ତୁ ଦାମ୍ପତ୍ୟ ସୁଖରେ ବାଧା ଉପୁଜିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସାମାଜିକ କ୍ଷେତ୍ରରେ ନିଜର ଟେକ ରଖିବା ପାଇଁ କିଛି ଏମିତି କାର୍ଯ୍ୟ କରିବେ ଯାହା ଫଳରେ ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ। କର୍ମଚାରୀ ଓ ଶ୍ରମିକ ମାନେ ବେସୀ ଉପକୃତ ହେବେ। ବାଦବିବାଦ, ମଳିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀହେବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!