ମେଷ:-ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିପାରେ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ।ଶାରୀରିକ କଷ୍ଟ ଦୂର ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। କାର୍ଯ୍ୟଆଳୟରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବା ଫଳରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ପାରିବାରିକ କ୍ଷେତ୍ରରେ ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ ଆପଣା ଲୋକଙ୍କ ବିରକ୍ତି ଭାଜନ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଆର୍ଥିକସ୍ଥିତିରେ ସୁଧାର ଆସିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଖୁସିରହି ପାରନ୍ତି। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଆପଣଙ୍କ ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। କାରବାରରେ ସ୍ଥିତି ଠିକ୍ ରହିବ। କଳା ସଙ୍ଗୀତରେ ସୁନାମ ଅର୍ଜନ କରିବେ। ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ। ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
କନ୍ୟା:-ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବରିଷ୍ଠ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ରୋଗ ଓ ଋଣର ଶୀକାର ହୋଇ ପାରନ୍ତି। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ତୁଳା:-ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ଧାର୍ମିକ କାର୍ଯ୍ୟରେ ବାଧା, ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବା ଫଳରେ ସ୍ଥଗିତଥିବା କର୍ମଟି ପୂରଣ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପରିବାରରେ ଆୟ ଊତ୍ତମ ସ୍ଥଳେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।
ଧନୁ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ଛାତ୍ରଛାତ୍ରୀମାନେ ଲେଖାପଢାରୁ ଶୁଭଫଳ ମିଳିବା ଫଳରେ ଆତ୍ମନିର୍ଭର ଶୀଳ ହେବେ। ରାଜନୀତି କ୍ଷେତ୍ରରେ ନିଜକୁ ପ୍ରତିଷ୍ଠିତ କରିପାରିବେ।ବିବାଦୀୟ ପରିସ୍ଥିତି ସମାଧାନ ହୋଇ ଆୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବନ୍ଧୁଙ୍କ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ। ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ପାଇବେ। ପରିବାରରେ ମତାନ୍ତର ମନାନ୍ତର ଦେଖା ଦେଇପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆର୍ଥିକ ସମସ୍ୟା ଦୂର ହୋଇ ଯିବ। ଉତ୍ତର ଦାୟିତ୍ୱ ବଢ଼ିବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ରାଜନୀତି କ୍ଷେତ୍ରରେ ମନକୁ ଆଘାତ ଲାଗିପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖସୌଭାଗ୍ୟ ତଥା ଯଶପ୍ରସିଦ୍ଧି ଆଶା କରିହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଶତୃମାନେ ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ। ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
