ଦୈନିକ ରାଶିଫଳ: 4 ସେପ୍ଟେମ୍ବର 2025, ମା’ ଲକ୍ଷ୍ମୀଙ୍କ କୃପାରୁ ଏହି 4 ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଯଶଲାଭ ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ଵେ କୃଷିଜାତ ଦ୍ରବ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ସାମାଜିକ କାମରେ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଆଇନ ଅଦାଲତରେ ଜୟଯୁକ୍ତ ହେବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ଫଳରେ ଉତ୍ସାହିତ ହେବେ। ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟି ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। କ୍ଷମତା ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ବିରୋଧୀମାନେ କରିଥିବା ଷଡଯନ୍ତ୍ରରୁ ମୁକୁଳି ପାରିବେ। ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ ଆର୍ଥିକ ଗତିବିଧିରେ ବ୍ୟସ୍ତ ରହି ପ୍ରଚୁର ଅର୍ଥ ଲାଭ କରିବେ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖା ଦେଇ ପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ବାଦବିବାଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବାସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ। ନିଜର ସାମର୍ଥ୍ୟଠାରୁ ଅଧିକ କାମ କରନ୍ତୁ ନାହିଁ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ କରଜ ଭାରରୁ ମୁକ୍ତି ମିଳିବ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ। କର୍ମକ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶରେ ସାହାଯ୍ୟ କରିବେ। କାର୍ଯ୍ୟରେ ଗମ୍ଭୀରତା ସହ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ଅଧ୍ୟାପନ ମାମଲାରେ ଆଗକୁ ଗତି କରିବେ। ଜମି ଜମା ସଙ୍କ୍ରାନ୍ତିୟ କାଗଜ ପତ୍ରରେ ସଫଳତା ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ସାମାଜିକ ପତିଆରା ଅମଳିନ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା ମାନେ ଲାଭବାନ୍ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ଆୟ ଉପାର୍ଜନରେ ବାଧା ଦେଖାଦେବ। ଆର୍ଥିକ ପ୍ରସଙ୍ଗରେ ବେପରୁଆ ହେବା ଠିକ୍ ନୁହେଁ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରେ। ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବାସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ପାରିବାରିକ କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଉଧାର ଦେଇଥିବା ଟଙ୍କା ମିଳିବ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିବାସହ ଧନସମ୍ପଦରେ ଅଭିବୃଦ୍ଧି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ସୁଖ ସମୃଦ୍ଧି ବୃଦ୍ଧିହେବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମାନସିକସ୍ଥିତି ଭଲ ରହିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବାସହ ଭୂମି, ବାହନ, ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଆତ୍ମବିଶ୍ୱାସ ଏବଂ ଶକ୍ତି ବୃଦ୍ଧି ପାଇବା ଫଳରେ ଉତ୍ସାହିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ