ମେଷ:-ବ୍ୟବସାୟକ୍ଷେତ୍ରରେ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଛାତ୍ର ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ସଫଳ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ବନ୍ଧୁ ମିତ୍ରଙ୍କର ସହଯୋଗରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର-ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଓ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହି ପାରନ୍ତି। ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। କର୍ମକ୍ଷେତ୍ରରେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଅଧିକ ପରିଶ୍ରମ ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। ବାଦବିବାଦ ଓ ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଦାମ୍ପତ୍ୟ କଳହର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ଶରୀର ସୁସ୍ଥ ରହିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପୁରାତନ ରୋଗରୁ ମୁକ୍ତି ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଛାତ୍ର ଛାତ୍ରୀମାନଙ୍କର ବିଦ୍ୟା କ୍ଷେତ୍ରରେ ସଫଳତା ମିଳିବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆର୍ଥିକସ୍ଥିତି ସୁଧୁରି ଯାଇ ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କନ୍ୟା:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ରାଜନୀତିରେ ସଫଳତା ମିଳିବ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହିବେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହୋଇପାରେ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ମାଲିମୋକଦ୍ଦମା ଠାରୁ ଦୂରେଇ ରୁହନ୍ତୁ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ବିପଦରେ ପଡିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ବିଦ୍ୟାର୍ଥୀମାନେ ପରିଶ୍ରମ ନ ବଢାଇଲେ ଉତ୍ତମ ରୂପେ ଲକ୍ଷ୍ୟ ସିଦ୍ଧି ସମ୍ଭବ ହେବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସୁଖ, ସମ୍ପତ୍ତି ଲାଭ ହେବା ସହ ଉଚ୍ଚଆଶା ସଫଳ ହେବ। ପୁରୁଣା ସମସ୍ୟା ସୁଧୁରିଯିବ। ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ବ୍ୟବସାୟରେ ଲାଭ ହେବ। କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବ ତଥା ଶୁଭ ଫଳ ପ୍ରାପ୍ତି ହେବ। ରାଜନୀତିରେ ପ୍ରଶଂସିତ ହେବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।
ଧନୁ:-ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହୋଇପାରେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଆୟବୃଦ୍ଧି ହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ଫଳରେ ସନ୍ତୋଷ ଦେଖାଦେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମକର:-ଶିକ୍ଷାର୍ଥୀ ମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ସମସ୍ୟା ଗୁଡ଼ିକ ଆପଣାଛାଏଁ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ପାରିବାରିକ ଜୀବନ ସୁଖରେ କଟିବ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ଆଜି ମିଳିଯିବ। ମାନସିକ ସୁସ୍ଥତା ଅନୁଭବ କରିବେ। ନୂତନ କର୍ମ ନିଯୁକ୍ତିର ସୁବିଧା ସୁଯୋଗ ପାଇ ଖୁସି ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭ ମିଳିବ। ପରିବାରରେ ନିଜରପଦ ଗରିମା ଅନୁସାରେ ପାରିବାରିକ ସ୍ଥିତି ଭଲ ରହିବ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସହଜ ସରଳରେ ସମ୍ପନ୍ନ ହେବ ଛାତ୍ରଛାତ୍ରୀ ମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କଲେ ମଧ୍ୟ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ପରିବାରରେ ମାନ ମନାନ୍ତର ଦୂର ହେବାସହ ଦାମ୍ପତ୍ୟ କଳହର ଅବସାନ ଘଟିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
