ଦୈନିକ ରାଶିଫଳ: 7 ଜୁନ 2025, ଶନିଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯାଇ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ ହେବ। ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ। କିନ୍ତୁ ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଛାତ୍ର ଛାତ୍ରୀମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ କାର୍ଯ୍ୟ ପୁରଣରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। କର୍ମମୁଖରତା ଯୋଗେ ଇଛାକରି କେତେକକାର୍ଯ୍ୟ ଅଧାରେ ଅଟକି ଯାଇପାରେ। ପରିବାରରେ କଠିନ ପରିଶ୍ରମ କଲେ ସମସ୍ତ ଆଶା ପୂରଣ ହେବ। ନୂତନ ଦ୍ରବ୍ୟ କ୍ରୟକରି ଆର୍ଥିକ କ୍ଷେତ୍ରରେ ଦୁର୍ବଳ ହୋଇଯିବେ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବିବାଦରୁ ମୁକ୍ତି ମିଳିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ।ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ସଫଳତା ପାଇବେ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ରାସ୍ତାଘାଟ ରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବାସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ମାନସିକ ବିଷାଦ, ଦାମ୍ପତ୍ୟକଳହ, ଭୟ ଆଶଙ୍କା ଦୂରେଇ ଯିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଯାତ୍ରାଫଳରେ ଉତ୍ସାହିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ କିଛି ନୂଆ କରିବାପାଇଁ ଚେଷ୍ଟା କରିପାରନ୍ତି। ଅଟକିଥିବା କାର୍ଯ୍ୟ ଚାଲୁ ହେବ। ଉତ୍ତରଦାୟିତ୍ୱ ବଢ଼ିବ। ବିଦ୍ୟାରେ ଉନ୍ନତିହେବା ସହ ଆଶାଜନକ ଫଳ ପ୍ରାପ୍ତିହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ଦାୟିତ୍ଵ ବଢିବା ସହ କିଛି ଅସମ୍ଭବ ହେବ ନାହିଁ। ବାଣୀର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

ମକର:-ସ୍ଵାସ୍ଥ୍ୟରେ ଉନ୍ନତି ହେବା ଫଳରେ ମାନସିକ ସ୍ଥିରତା ଆସିବ ଓ ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଆବଶ୍ୟକସ୍ଥଳେ ସହଯୋଗ ପାଇ ପାରିବାରିକ ସ୍ତର ହସ ଖୁସିରେ କଟିବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର- କଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କୁମ୍ଭ:-ଅଚାନକ ରୋଜଗାର ପ୍ରାପ୍ତି ହେବାସହ ଧନସମ୍ପଦରେ ଅଭିବୃଦ୍ଧି ହେବ। ମାନସିକ ସୁସ୍ଥତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ମିତ୍ର ଓ ପ୍ରିୟଜନ ମାନଙ୍କଠାରୁ ସାହାଯ୍ୟପାଇ ଆନନ୍ଦିତ ହେବେ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଦ୍ଵନ୍ଦିତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ଦେଖାଦେବ। ଅଧ୍ୟୟନ ପାଇଁ ତତ୍ପର ହେବେ କିନ୍ତୁ ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୁଅନ୍ତୁ ନାହିଁ। ସ୍ୱାସ୍ଥ୍ୟପ୍ରତି ପୂର୍ଣ୍ଣ ଧ୍ୟାନ ରଖନ୍ତୁ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!