ମେଷ:-ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ବୃଷ:-ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ।ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ସଫଳତା ଅର୍ଜନ କରିବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରି ସଫଳତା ପାଇବେ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଜାଗା, ଜମି, ଗୃହ ବାହନ ଆଦି କ୍ରୟ କରି ପାରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। କାର୍ଯ୍ୟ କ୍ଷେତ୍ରରେ ଯଶ ଓ ସମ୍ମାନ ବଢିବ। ନିଜ ପରିଶ୍ରମରେ ସଫଳତା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଲେ ଯଶ କୀର୍ତ୍ତି ମିଳିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ କରି ପ୍ରଶଂସା ପାଇବେ। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇ ଯିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବା ସହ ମାନହାନୀର ସମ୍ଭାବନା ଅଛି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ଆସ୍ଵାଦନ କରିବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକା ମାନେ ଆନନ୍ଦ ଅନୁଭବ କରିବେ। ପ୍ରତିକାର-ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ଧନୁ:-ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ମକର:-ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବା ଯୋଗେ ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। କୌଣସି ସାମାଜିକ କାର୍ଯ୍ୟ ବା ଜନକଲ୍ଯାଣ କାର୍ଯ୍ୟର ଆୟୋଜନରେ ଯୋଗ ଦେବେ। ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ ଓ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କୁମ୍ଭ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବା ସହ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
